Masthead

ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ସାମାନ୍ୟ ବଚସାକୁ କେନ୍ଦ୍ର କରି ହତ୍ୟାକାଣ୍ଡ । ଜଗତସିଂହପୁର ଥାନା ଅନ୍ତର୍ଗତ ଚରବାଟିଆ ଗ୍ରାମରେ ଘଟିଛି ଏଭଳି ଜଘନ୍ୟ ହତ୍ୟାକାଣ୍ଡ। ଚରବାଟିଆ ଗ୍ରାମର ସାଗର ନାୟକ, ପ୍ରତାପ ବେହେରା ଓ ମହିରା ଗ୍ରାମର ଦିଲିପ ସାମଲଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା। ଏହି ବଚସା ଉଗ୍ର ରୂପ ଧାରଣ କରିଥିଲା। ପ୍ରତାପ ଓ ଦିଲୀପ ଦୁହେଁ ମିଶି ସାଗରକୁ ପିଟିପିଟି ମାରିଦେଇଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ଜଗତସିଂହପୁର ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିବା ସହିତ ଅଭିଯୁକ୍ତ ଦିଲୀପ ସାମଲକୁ ଗିରଫ କରିଛନ୍ତି । ଅନ୍ୟ ଅଭିଯୁକ୍ତ ପ୍ରତାପ ବେହେରା ଫେରାର ଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ