Masthead

ମହିଳା ଏସଆଇଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ମହିଳା ପୋଲିସ ଏସଆଇଙ୍କ ଆତ୍ମହତ୍ୟା ଉଦ୍ୟମ। ବଲାଙ୍ଗିର ସଇଁନ୍ତଳା ଥାନା ଏସଆଇ କାଜଲ ବାଗ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି । ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳା ଏସ୍ଆଇଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସଇଁନ୍ତଳା ମେଡିକାଲ ଓ ପରେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଘଟଣା ପ୍ରଘଟ ହେବା ଭୟରେ କାଜଲଙ୍କୁ ଅନ୍ୟ ମେଡିକାଲକୁ ନିଆଯାଇଥିବା ଜଣାପଡିଛି । କାହିଁକି ଏଭଳି ଚରମ ନିଷ୍ପତ୍ତି ନେଲେ ତାହା ନେଇ ଚର୍ଚ୍ଚା ହେଉଛି । ପୂର୍ବରୁ ସେ ବଲାଙ୍ଗିର ଟାଉନ ଥାନାରେ କାମ କରୁଥିବା ବେଳେ କିଛିଦିନ ହେବ ସଇଁତଳା ଥାନାରେ ଅବସ୍ଥାପିତ ହୋଇଛନ୍ତି। ତେବେ ସେ ଏଭଳି ନିଷ୍ପତ୍ତି କ’ଣ ପାଇଁ ନେଲେ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସେପଟେ ଏନେଇ ପୋଲିସ ପକ୍ଷରୁ କାହାରି ପ୍ରତିକ୍ରିୟା ମିଳି ପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ