Masthead

କ’ଣ ଥିଲା କବି ଜୟନ୍ତଙ୍କ ତିନୋଟି ଶେଷ ଇଚ୍ଛା?

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଅରପାରିରେ ଅନ୍ତର୍ଜାତୀୟ ଖ୍ୟାତି ସଂପନ୍ନ ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ର । ଚିକିତ୍ସାଧିନ ଅବସ୍ଥାରେ କଟକ ଏସସିବି ମେଡିକାଲରେ ଦେହାନ୍ତ ହୋଇଛି । ୯୫ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି । ଜୟନ୍ତ ମହାପାତ୍ର ସ୍ନାୟୁ ରୋଗରେ ପୀଡିତ ହୋଇଥିଲେ । କିଛି ଦିନ ହେଲା ଏସସିବିର ଆସିୟୁରେ ରଖାଯାଇ ତାଙ୍କର ଚିକିତ୍ସା କରାଯାଉଥିଲା । ହେଲେ ଗତକାଲି ରାତିରେ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଭେଂଟିଲେଟରକୁ ସ୍ଥାନାନ୍ତର କରାଯାଇଥିଲା ।

କବି ଜୟନ୍ତ ମହାପାତ୍ର ଉଭୟ ଓଡ଼ିଆ ଇଂରାଜୀରେ କବିତା ସଂକଳନ ସହ ଗପ ବହି, ଆତ୍ମଜିବନୀ ପାହିନି ରାତି ଓଡ଼ିଆ ସାହିତ୍ୟକୁ ରୁଦ୍ଧିମନ୍ତ କରିଛି । ସାହିତ୍ୟ ସାଧନା ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନ, କେନ୍ଦ୍ର ସାହିତ୍ୟ ଏକଡେମୀ ପୁରସ୍କାର, ଉକ୍ରଳ ରତ୍ନ ସମ୍ମାନ, ସାରଳା ସମ୍ମାନ, ବିଷୁବ ପୁରସ୍କାରରେ ସମ୍ମାନୀତି କରାଯାଇଛି । ସେ ହେଉଛନ୍ତି ପ୍ରଥମ ଭାରତୀୟ କବି ଯିଏ କି ଇଂରାଜୀ ଭାଷାରେ କବିତା ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ତେବେ ମୃତ୍ୟୁ ପୂର୍ବରୁ ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ର ଲେଖିଥିଲେ ତାଙ୍କ ଶେଷ ଇଚ୍ଛା।

ଯେଉଁଥିରେ ସେ ୩ଟି କଥା ଲେଖିଛନ୍ତି। ଯାହା ଇଂରାଜୀରେ ଲେଖାହୋଇଛି ମୋ ଲାଷ୍ଟ ଉଇସ । ପ୍ରଥମ ହେଲା ମୋ’ ମରଶରୀରକୁ ଖାନନଗର ବିଦ୍ୟୁତ ଚୁଲାରେ ଦାହ କରିବଏହାକୁ କେବେ ହେଲେ ପୋତିବ ନାହିଁ। ମୃତ୍ୟୁ ସମୟରେ ଉପସ୍ଥିତ ବନ୍ଧୁ, ଶୁଭେଚ୍ଛୁମାନଙ୍କ ଗହଣରେ ମୃତଦେହକୁ ଭ୍ୟାନ୍ କିମ୍ୱା ଆମ୍ବୁଲାନ୍ସରେ ନେଇ ଯଥାଶୀଘ୍ର ଦାହ କରିବ। ଏହା ସହ ୩୫ ବର୍ଷ ଧରି ସେବା କରି ଆସୁଥିବା ଶ୍ରୀମତୀ ଜେ. ସରୋଜିନୀଙ୍କୁ ଘର ପାଖରେ ୨୦ ଫୁଟରେ ୨୦ ଫୁଟର ଜମି ଦେବାକୁ ଚିଠିରେ ଉଲ୍ଲେଖ ରହିଛି। ଶେଷରେ ସମସ୍ତ ଚିଠିପତ୍ର, ଦସ୍ତାବିଜ, ଅସଂପୂର୍ଣ୍ଣ ପାଣ୍ଡୁଲିପିକୁ ମୃତ୍ୟୁ ପରେ ପୋତି ଦେବାକୁ ଚିଠିରେ ଲେଖାଯାଇଛି । ପତ୍ନୀ ଜ୍ୟୋତ୍ସ୍ନା ମହାପାତ୍ର ଓ ପୁଅ ମୋହନ ମହାପାତ୍ର ଓ ମୁଁ ଏ ସଂପର୍କରେ ନିଷ୍ପତ୍ତି ନେଇଛନ୍ତି ବୋଲି ଚିଠିରେ ଉଲ୍ଲେଖ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା