Masthead

ଛତିଶଗଡ଼ ପୋଲିସକୁ ମିଳିଛି ବଡ଼ ସଫଳତା

ରାଇଘର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ସୀମାନ୍ତରେ ରହିଥିବା ଛତିଶଗଡ ଅନ୍ତର୍ଗତ ବୋରେଇ ଥାନା ଅଂଚଳର ଏକବାରି ଜଂଗଲ ମଧ୍ୟରେ ଯବାନ ଓ ନକ୍ସଲ ମଧ୍ୟରେ ଗୁଳି ବିନିମୟରେ ଯବାନଙ୍କ ଗୁଳିରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି । ଏହି ଘଟଣା ପରେ ଆଜି ବୋରେଇ ଅଂଚଳରେ ଉତ୍ତେଜନା ପ୍ରକାଶ ପାଇଛି । ସୂଚନା ଅନୁଯାଇ ସ୍ଥାନୀୟ କୁନ୍ଦେଇ ଥାନାଠାରୁ ମାତ୍ର ୫ କିଲୋମିଟର ଦୂରରେ ରହିଛି ଛତିଶଗଡର ନକ୍ସଲ ପ୍ରଭାବିତ ଅଞ୍ଚଳ ବୋରାଇ ଥାନା । ଏହି ଥାନା ଅନ୍ତର୍ଗତ ଏକବାରୀ ଜଙ୍ଗଲରେ ନକ୍ସଲ ମାନଙ୍କ ଉପସ୍ଥିତି ସମ୍ପର୍କରେ ପୋଲିସ ସୂଚନା ପାଇବା ପରେ ଗତକାଲି ରାତିରେ ଧମତରୀ ଓ ଗାରିଆବନ୍ଦ ଜିଲ୍ଲା ରିଜର୍ଭ ପୋଲିସର ମିଳିତ ସର୍ଚ ଅପରେସନ୍ ହୋଇଥିଲା । ଏହାପରେ ବିଳମ୍ବିତ ରାତିରେ ଉଭୟ ନକ୍ସଲ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ସେଠାରୁ ନକ୍ସଲର ମୃତଦେହ ସହିତ ମାଓ ସାମଗ୍ରୀ ଓ କିଛି ଅସ୍ତ୍ରଶସ୍ତ୍ର ଘଟଣାସ୍ଥଳରୁ ପୋଲିସ ଜବତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼