Masthead

ଯଦି ବିଜେପି ତୃତୀୟ ଥର ପାଇଁ କ୍ଷମତାକୁ ଫେରେ ତାହେଲେ ଦେଶରେ ଏକଛତ୍ରବାଦ ଶାସନ ହେବ : ମମତା ବାନାର୍ଜି

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଦାବି । ଡିସେମ୍ବର କିମ୍ବା ଜାନୁଆରୀରେ ହୋଇପାରେ ଆଗାମୀ ସାଧାରଣ ନିର୍ବାଚନ । ଯାହାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହା କହିଛନ୍ତି । ସୋମବାର ତୃଣମୂଳ ଯୁବ କଂଗ୍ରେସକୁ ଉଦବୋଧନ ଦେଉଥିଲେ ଟିଏମସି ସୁପ୍ରିମୋ ମମତା କହିଛନ୍ତି ।ଉଦବୋଧନ ଦେଇ ସେ କହିଛନ୍ତି କେନ୍ଦ୍ରର ବିଜେପି ଉପରେ ତାଙ୍କର ସନ୍ଦେହ ରହିଛି । ଆଗାମୀ ନିର୍ବାଚନ ଡିସେମ୍ବର କିମ୍ବା ଜାନୁଆରୀରେ କରି ଦେଇପାରନ୍ତି । ହେଲିକପ୍ଟର ଗୁଡିକ ଆଗୁଆ ବୁକିଂ ସରିଛି ।

ଏହା ବିଜେପି ଦ୍ୱାରା ହୋଇଛି । ତେଣୁ ଆଗାମୀ ଦିନରେ ଯେପରି ଅନ୍ୟମାନେ ଠିକ୍ ଭାବେ ପ୍ରଚାର କରିପାରିବେନି ତାକୁ ନଜରରେ ରଖି ହେଲିକପ୍ଟର ଗୁଡିକୁ ବିଜେପି ଆଗୁଆ ବୁକିଂ କରିଛି । ଟିଏମସି ସୁପ୍ରିମୋଙ୍କ ଏହି ବୟାନ ପରେ ଜାତୀୟ ରାଜନୀତି ମଧ୍ୟ ସରଗରମ ହୋଇଛି । ଯଦି ବିଜେପି ତୃତୀୟ ଥର ପାଇଁ କ୍ଷମତାକୁ ଫେରିବ ତାହେଲେ ଦେଶରେ ଏକଛତ୍ରବାଦ ଶାସନ ହେବ ବୋଲି ଦିଦି କହିଛନ୍ତି ।ଏପରିକି ତାଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ଗିରଫ କରାଯିବ ବୋଲି ଆଶଙ୍କା ପ୍ରକାଶ କରିଛନ୍ତି । କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ନିର୍ବାଚନ ପୂର୍ବରୁ ଗିରଫ କରିବା ନେଇ ସେ ସନ୍ଦେହ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ