ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବାଲି ଲମ୍ବୋକରେ ଶକ୍ତିଶାଳୀ ଭୂମିକମ୍ପ । ଇଣ୍ଡୋନେସିଆର ବାଲି, ଲମ୍ବୋକ ଦୀପପୁଞ୍ଜ ନିକଟ ସମୁଦ୍ରରେ ଭୂମିକମ୍ପ । ରିକ୍ରଟ ସ୍କେଲରେ ଭୂକମ୍ପର ତୀବ୍ରତା ୭.୦ ବୋଲି ସ୍ପଷ୍ଟ କଲା ଇଏମଏସସି । ସମୁଦ୍ରରେ ଭୂକମ୍ପ ଯୋଗୁଁ କ୍ଷୟକ୍ଷତି ହୋଇନଥିବା ସୂଚନା। ଭୂକମ୍ପର କେନ୍ଦ୍ରସ୍ଥଳ ଇଣ୍ଡୋନେସିଆର ମାତାରାମଠାରୁ ୨୦୩ କିଲୋମିଟର ଦୂରରେ ହୋଇଥିବା ଜଣାପଡ଼ିଛି। ସମୁଦ୍ର ପତ୍ତନଠୁ ପ୍ରାୟ ୫୧୮ କିମି ଗଭୀରରେ ଭୂକମ୍ପ ହୋଇଥିବାରୁ କୌଣସି କ୍ଷୟକ୍ଷତିର ସୂଚନା ମିଳିପାରିନି। ସେହିପରି ଭୂକମ୍ପ ଯୋଗୁ ସୁନାମିର ଆଶଙ୍କା ନଥିବା ଇଣ୍ଡୋନେସିଆର ଭୂତତ୍ତ୍ୱ ବିଭାଗ ସ୍ପଷ୍ଟ କରିଛି। ଯଦିଓ ଏହି ଶକ୍ତିଶାଳୀ ଭୂକମ୍ପ ସମୁଦ୍ର ଭିତରେ ହୋଇଛି ତଥାପି ସମୁଦ୍ର ପାଖାପାଖି ଅଞ୍ଚଳରେ ରହୁଥିବା ଲୋକମାନେ ଭୟଭୀତ ହୋଇ ବିଲ୍ଡିଂରୁ ବାହାରକୁ ଚାଲି ଆସିଥିବା ଜଣାଯାଇଛି।
Prev Post
Next Post
ଆଗକୁ ପଢନ୍ତୁ