Masthead

ଭାଇର ଶୁଭ ମନାସୀ ଭଉଣୀ ବାନ୍ଧୁଛି ରାକ୍ଷୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ହିନ୍ଦୁ ପର୍ବ ଯାହା ଭାରତରେ ବିଭିନ୍ନ ସ୍ଥାନରେ ପାଳନ କରାଯାଇଥାଏ। ଏହା ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ। ତେଣୁ ଏହାକୁ ଶ୍ରାବଣ ପୂର୍ଣ୍ଣିମା ମଧ୍ୟ କୁହାଯାଏ। ଆଜି ମଧ୍ୟ ପ୍ରଭୁ ବଳଭଦ୍ରଙ୍କ ଜନ୍ମ ଦିନ । ତେବେ ରାକ୍ଷୀ ପୂର୍ଣ୍ଣିମା ଭାଇ ଏବଂ ଭଉଣୀଙ୍କ ମଧ୍ୟରେ ସଂପର୍କର ବନ୍ଧନକୁ ସୁଦୃଢ଼ କରିଥାଏ। ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଏବଂ ଭାଇର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ।

ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ। ସେପଟେ ଦିନ ୧୧ଟା ୨୨ ପରଠୁ ଆସନ୍ତାକାଲି ସକାଳ ୭ଟା ୫୯ ପର୍ଯ୍ୟନ୍ତ ରହିଛି ପୂର୍ଣ୍ଣମୀ ତିଥି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆଜି ଭଦ୍ରାକାଳ । ତେଣୁ ଭଦ୍ରାକାଳରେ ମଙ୍ଗଳିକ କାର୍ଯ୍ୟ କରାଯାଏ ନାହିଁ । ତେଣୁ ୩୧ ଅଗଷ୍ଟରେ ରାକ୍ଷୀ ପୂର୍ଣ୍ଣିମା ପାଳନ ପାଇଁ କିଛି ବିଶାରଦ ମତ ରଖୁଛନ୍ତି । କିନ୍ତୁ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏବର୍ଷ ଭଦ୍ରାକାଳ ପାତାଳ ଲୋକରେ ଲାଗି ରହିବ । ଅନ୍ୟପଟେ ଗୁରୁବାର ଶ୍ରୀମନ୍ଦିରରେ ରାକ୍ଷୀ ଲାଗି କରାଯିବ ବୋଲି ସ୍ପଷ୍ଟ କରିଛି ମୁକ୍ତିମଣ୍ଡପ ପଣ୍ଡିତ ସଭା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା