Masthead

ଭାଇଙ୍କ ଦୀର୍ଘାୟୁ କାମନା କରି ମା’ ଭଦ୍ରା ଶ୍ରୀଜିଉଙ୍କ ହାତରେ ବାନ୍ଧିବେ ରାଖୀ

ପୁରୀ (ବଡ଼ ଖବର ବ୍ୟୁରୋ): ଗହ୍ମା ପୂର୍ଣ୍ଣିମା ବା ରାଖୀ ପୂର୍ଣ୍ଣିମା । ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ଜନ୍ମ । ଆଜି ଶ୍ରୀକ୍ଷେତ୍ରରେ ପାଳନ ହେବ ରାକ୍ଷୀ ପୂର୍ଣ୍ଣିମା । ମା’ ଭଦ୍ରା ବଡ଼ ଭାଇ ବଳିଆ ଓ ସାନ ଭାଇ କାଳିଆଙ୍କ ହାତରେ ବାନ୍ଧିବେ ରାଖୀ । ପାଟରା ବିଶୋଇ ସେବକ ଜଗନ୍ନାଥ ପାତ୍ରଙ୍କ ଦ୍ୱାରା ରାଖୀ ପ୍ରସ୍ତୁତ କରାଯାଇଛି । ଦୁଇ ଭାଇଙ୍କ ଭୁଜ ପାଇଁ ବାସୁଙ୍ଗା ପାଟରେ ରାକ୍ଷୀ ପ୍ରସ୍ତୁତ ହୋଇଛି । ଏଥିସହ ୪ ଗୁଆମାଳ ମଧ୍ୟ ପ୍ରସ୍ତୁତ କରାଯାଇଛି । ଆଜି ଏସବୁକୁ ଶ୍ରୀମନ୍ଦିର ନିଆଯିବ ।

ପାଟରା ବିଶୋଇ ସେବକମାନେ ଶ୍ରୀମନ୍ଦିର ଗାରଦରେ ଏହାକୁ ଦାଖଲ କରିବା ପରେ ମହାପ୍ରଭୁଙ୍କ ନିର୍ଘଣ୍ଟ ନୀତି ଅନଯାୟୀ ଲାଗି କରାଯିବ । ଶ୍ରୀଜଗନ୍ନାଥଙ୍କ ପାଇଁ ହଳଦିଆ ଓ ନାଲି ରଙ୍ଗର ଦୁଇଟି ଏବଂ ବଳଭଦ୍ରଙ୍କ ପାଇଁ ସବୁଜ ଓ ବାଇଗଣି ରଙ୍ଗର ଦୁଇଟି ରାଖୀ ପ୍ରସ୍ତୁତ ହୋଇଛି । ଶ୍ରୀବଳଭଦ୍ରଙ୍କ ଜନ୍ମୋତ୍ସବ ଓ ଗହ୍ମାପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହେଇଛି । ସ୍ୱତନ୍ତ୍ର ନୀତିକାନ୍ତି ସହ ମଧ୍ୟାହ୍ନ ଧୂପରେ ଦେବୀ ସୁଭଦ୍ରା ଦୁଇ ଭାଇଙ୍କ ହାତରେ ରାଖୀବାନ୍ଧିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ