Masthead

ଭାଇଙ୍କ ଦୀର୍ଘାୟୁ କାମନା କରି ମା’ ଭଦ୍ରା ଶ୍ରୀଜିଉଙ୍କ ହାତରେ ବାନ୍ଧିବେ ରାଖୀ

ପୁରୀ (ବଡ଼ ଖବର ବ୍ୟୁରୋ): ଗହ୍ମା ପୂର୍ଣ୍ଣିମା ବା ରାଖୀ ପୂର୍ଣ୍ଣିମା । ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ଜନ୍ମ । ଆଜି ଶ୍ରୀକ୍ଷେତ୍ରରେ ପାଳନ ହେବ ରାକ୍ଷୀ ପୂର୍ଣ୍ଣିମା । ମା’ ଭଦ୍ରା ବଡ଼ ଭାଇ ବଳିଆ ଓ ସାନ ଭାଇ କାଳିଆଙ୍କ ହାତରେ ବାନ୍ଧିବେ ରାଖୀ । ପାଟରା ବିଶୋଇ ସେବକ ଜଗନ୍ନାଥ ପାତ୍ରଙ୍କ ଦ୍ୱାରା ରାଖୀ ପ୍ରସ୍ତୁତ କରାଯାଇଛି । ଦୁଇ ଭାଇଙ୍କ ଭୁଜ ପାଇଁ ବାସୁଙ୍ଗା ପାଟରେ ରାକ୍ଷୀ ପ୍ରସ୍ତୁତ ହୋଇଛି । ଏଥିସହ ୪ ଗୁଆମାଳ ମଧ୍ୟ ପ୍ରସ୍ତୁତ କରାଯାଇଛି । ଆଜି ଏସବୁକୁ ଶ୍ରୀମନ୍ଦିର ନିଆଯିବ ।

ପାଟରା ବିଶୋଇ ସେବକମାନେ ଶ୍ରୀମନ୍ଦିର ଗାରଦରେ ଏହାକୁ ଦାଖଲ କରିବା ପରେ ମହାପ୍ରଭୁଙ୍କ ନିର୍ଘଣ୍ଟ ନୀତି ଅନଯାୟୀ ଲାଗି କରାଯିବ । ଶ୍ରୀଜଗନ୍ନାଥଙ୍କ ପାଇଁ ହଳଦିଆ ଓ ନାଲି ରଙ୍ଗର ଦୁଇଟି ଏବଂ ବଳଭଦ୍ରଙ୍କ ପାଇଁ ସବୁଜ ଓ ବାଇଗଣି ରଙ୍ଗର ଦୁଇଟି ରାଖୀ ପ୍ରସ୍ତୁତ ହୋଇଛି । ଶ୍ରୀବଳଭଦ୍ରଙ୍କ ଜନ୍ମୋତ୍ସବ ଓ ଗହ୍ମାପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହେଇଛି । ସ୍ୱତନ୍ତ୍ର ନୀତିକାନ୍ତି ସହ ମଧ୍ୟାହ୍ନ ଧୂପରେ ଦେବୀ ସୁଭଦ୍ରା ଦୁଇ ଭାଇଙ୍କ ହାତରେ ରାଖୀବାନ୍ଧିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା