Masthead

ସୁକିନ୍ଦା ତଳଡିହ ଜୁଆଙ୍ଗ ବସ୍ତିରୁ ଉଦ୍ଧାର ହେଲେ ୯ ଅପପୃଷ୍ଟି ଶିଶୁ

ସୁକିନ୍ଦା (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ନଗଡା ତଳଡିହ ଜୁଆଙ୍ଗ ବସ୍ତିରୁ ଦିନକ ମଧ୍ୟରେ ୯ ଜଣ ରୋଗଣା ଶିଶୁଙ୍କୁ ଉଦ୍ଧାର ପରେ ସୁକିନ୍ଦା ପୁଷ୍ଟି ସାଧନ କେନ୍ଦ୍ରର (ଏନ୍ଆର୍ସି)ରେ ଭର୍ତ୍ତି କରାଯାଇଥିବା ଦେଖିବାକୁ ମିଳିଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶିବାଶିଷ ମହାରଣା ଓ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମଞ୍ଜୁଲତା ନାୟକଙ୍କ ନିର୍ଦ୍ଦେଶରେ ତଥା ସୁକିନ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟ ଅଧୀକ୍ଷକ ଡାକ୍ତର ଜୟଦେବ ନନ୍ଦ ଓ ସିଡିପିଓ ବିଜୟଲକ୍ଷ୍ମା ମାରାଣ୍ଡିଙ୍କ ତତ୍ତ୍ବାବଧାନରେ ଏକ ସ୍ବତନ୍ତ୍ର ଟିମ୍ ନଗଡାର ଗୁହିଆଶାଳ ମୌଜାର ତଳଡିହ ଗସ୍ତକରି ୯ ଜଣ ରୋଗଣା ଶିଶୁଙ୍କୁ ଧରି ମାଆବାପାଙ୍କ ସହିତ ନାଲିଆଡାବ ପହଞ୍ଚିଥିଲେ । ସମସ୍ତ୍ ଶିଶୁ ଓ ମାଙ୍କୁ ସୁକିନ୍ଦା ଗୋଷ୍ଠି ସ୍ଵାସ୍ଥ୍ୟ କେନ୍ଦ୍ରର ପୁଷ୍ଟି ସାଧନ କେନ୍ଦ୍ର(ଏନ୍ଆର୍ସି)ରେ ଭର୍ତ୍ତି କରାଯିବା ପରେ ଏବେ ସମସ୍ତଙ୍କର ପ୍ରାଥମିକ ଚିକିତ୍ସା ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍