Masthead

ସଇତାନ ଶାଶୁଘର..ବୋହୂକୁ ନିବସ୍ତ୍ର କଲେ ଗାଁରେ ବୁଲାଇଲେ

ରାଜସ୍ଥାନ (ବଡ଼ ଖବା ବ୍ୟୁରୋ): ମଣିପୁର ପରେ ପୁଣି ରାଜସ୍ଥାନରେ ଲଜ୍ଜା । ଏକ ଗ୍ରାମରେ ଜଣେ ଆଦିବାସୀ ମହିଳାଙ୍କୁ ନିବସ୍ତ୍ର କରାଇ ବୁଲାଇବା ଅଭିଯୋଗ ହୋଇଛି । ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଭାଇରାଲ ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ନିର୍ଦ୍ଦେଶରେ ପୋଲିସ ମହାନିର୍ଦ୍ଦେଶକ ଉମେଶ ମିଶ୍ରା ଶୁକ୍ରବାର ରାତିରେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (କ୍ରାଇମ) ଦିନେଶ ଏମଏନଙ୍କୁ ପ୍ରତାପଗଡକୁ ପଠାଇଛନ୍ତି।

ସୂଚନା ଅନୁସାରେ ଗୁରୁବାର ଜଣେ ୨୧ ବର୍ଷ ବୟସ୍କା ମହିଳାଙ୍କୁ ତାଙ୍କ ପୂର୍ବତନ ସ୍ୱାମୀ କାନା ଏବଂ ଅନ୍ୟ ସମ୍ପର୍କୀୟମାନେ ମହିଳାଙ୍କୁ ନିବସ୍ତ୍ର କରି ବୁଲାଇଥିଲେ। ପ୍ରେମିକସହ ପଳାଇଥିବା ଅଭିଯୋଗ କରି ବୋହୂକୁ ଗାଁ ମଝିରେ ବିବସ୍ତ୍ର କରି ବୁଲାଇଥିଲେ ଶାଶୁଘର ଲୋକେ । ମହିଳାଙ୍କ ପୂର୍ବତନ ସ୍ୱାମୀ କାନାଙ୍କ ସମେତ ତିନି ଜଣଙ୍କୁ ଅଟକ ରଖାଯାଇଛି ଏବଂ ଅନ୍ୟମାନଙ୍କୁ ଖୋଜା ଚାଲିଛି। ଏହି ମାମଲାକୁ ଫାଷ୍ଟଟ୍ରାକରେ କୋର୍ଟରେ ବିଚାର କରାଯାଇ ଯଥାଶୀଘ୍ର ଅଭିଯୁକ୍ତଙ୍କୁ କଠୋରରୁ କଠୋର ଦଣ୍ଡ ଦିଆଯିବ ବୋଲି କହିଛନ୍ତି ଅଶୋକ ଗେହଲଟ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ