Masthead

ପ୍ରବଳ ବର୍ଷା, ବେହାଲ ରାଜଧାନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରବଳ ବର୍ଷା, ବେହାଲ ରାଜଧାନୀ । ରାସ୍ତାରେ ଚାଲୁଛି ଆଣ୍ଠୁଏ ଆଣ୍ଠୁଏ ପାଣି । ଘରୁ ନ ବାହାରିବା ପାଇଁ ସତର୍କ କଲା ପାଣିପାଗ ବିଭାଗ । ଦୁଇ ଘଂଟାରୁ ଅଧିକ ସମୟ ହେଲା ବର୍ଷା ଲାଗି ରହିଥିବା ବେଳେ ଲୋକେ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଛି । ବର୍ଷା ସାଙ୍ଗକୁ ବିଜୁଳି ଓ ଘଡ଼ଘଡ଼ି ଯୋଗୁଁ ଜନଜୀବନ ବାଧାପ୍ରସ୍ତ ହୋଇଛି । ଇସ୍କନ୍ ମନ୍ଦିର ସାମ୍ନାରେ ମଧ୍ୟ ଆଣ୍ଠୁଏ ଉଚ୍ଚରେ ପାଣି ଜମିଥିବାରୁ ଲୋକଙ୍କୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି ।ବିଭିନ୍ନ ସ୍ଥାନରେ ପାଣି ଜମିଥିବାରୁ ଅଟକି ରହିଛି ଗାଡ଼ିମଟର ।

ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ସେପଟେ ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ । ଆଉ କିଛି ଘଣ୍ଟା ପରେ ଲଘୁଚାପର ରୂପ ନେବାର ସୂଚନା ରହିଛି । ପ୍ରଭାବରେ ୩ ଓ ୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ଶନିବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ୩ ତାରିଖରେ ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲା, ୪ ତାରିଖରେ ଅଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲା ଓ ୫ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲା‌ରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା