Masthead

ଚିର ନିଦ୍ରାରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର; ଆଜି ଦିଗପହଣ୍ଡିରେ ହେବ ଶେଷକୃତ୍ୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅସ୍ତମିତ ସୂର୍ଯ୍ୟ । ଚିର ନିଦ୍ରାରେ ବିଧାନସଭାର ପୂର୍ବତନ ବାଚସ୍ପତି, ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ସୂର୍ଯ୍ୟନାରାୟଣ ପାତ୍ର । ଆଜି ଦିଗପହଣ୍ଡିରେ ତାଙ୍କର ଶେଷକୃତ୍ୟ ହେବ । ତାଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । ଶେଷ ଦର୍ଶନ ପାଇଁ ତାଙ୍କ ମରଶରୀରକୁ ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ରଖାଯାଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସକାଳ ୯ ଟା ୩୦ ମିନିଟ୍ ସମୟରେ ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶେଷ ଦର୍ଶନ କରିବା ନେଇ ସୂଚନା ରହିଛି ।

ଏହା ପରେ ତାଙ୍କ ମରଶରୀରକୁ ପ୍ରଥମେ ବିଧାନସଭା, ଲୋକସେବା ଭବନ ଓ ପରେ ଶଙ୍ଖ ଭବନ ନିଆଯିବ । ଶେଷରେ ମରଶରୀରକୁ ତାଙ୍କ ନିର୍ବାଚନ ମଣ୍ଡଳୀ ଦିଗପହଣ୍ଡି ନିଆଯାଇ ସେଠାରେ ଶେଷକୃତ୍ୟ କରାଯିବ । ରାଜ୍ୟ ରାଜନୀତିର ଜଣେ ଚର୍ଚ୍ଚିତ ଚେହେରା, ବରିଷ୍ଠ ବିଜେଡି ନେତା, ୭ ଥରର ବିଧାୟକ ରହିଆସିଛନ୍ତି ସୂର୍ଯ୍ୟନାରାୟଣ ପାତ୍ର । ୭୫ ବର୍ଷ ବୟସରଙ୍କ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘ ଦିନ ଧରି ସେ ଅସୁସ୍ଥ ରହିଥିଲେ । ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଶନିବାର ସନ୍ଧ୍ୟା ୭ଟା ୩୧ ମିନିଟ ସମୟରେ ତାଙ୍କର ପରଲୋକ ହୋଇଛି । ତାଙ୍କ ବିୟୋଗରେ ଗଞ୍ଜାମ ଜିଲ୍ଲା ସମେତ ସାରା ରାଜ୍ୟରେ ଶୋକର ଛାୟ ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି