Masthead

ଚିର ନିଦ୍ରାରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର; ଆଜି ଦିଗପହଣ୍ଡିରେ ହେବ ଶେଷକୃତ୍ୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅସ୍ତମିତ ସୂର୍ଯ୍ୟ । ଚିର ନିଦ୍ରାରେ ବିଧାନସଭାର ପୂର୍ବତନ ବାଚସ୍ପତି, ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ସୂର୍ଯ୍ୟନାରାୟଣ ପାତ୍ର । ଆଜି ଦିଗପହଣ୍ଡିରେ ତାଙ୍କର ଶେଷକୃତ୍ୟ ହେବ । ତାଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । ଶେଷ ଦର୍ଶନ ପାଇଁ ତାଙ୍କ ମରଶରୀରକୁ ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ରଖାଯାଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସକାଳ ୯ ଟା ୩୦ ମିନିଟ୍ ସମୟରେ ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶେଷ ଦର୍ଶନ କରିବା ନେଇ ସୂଚନା ରହିଛି ।

ଏହା ପରେ ତାଙ୍କ ମରଶରୀରକୁ ପ୍ରଥମେ ବିଧାନସଭା, ଲୋକସେବା ଭବନ ଓ ପରେ ଶଙ୍ଖ ଭବନ ନିଆଯିବ । ଶେଷରେ ମରଶରୀରକୁ ତାଙ୍କ ନିର୍ବାଚନ ମଣ୍ଡଳୀ ଦିଗପହଣ୍ଡି ନିଆଯାଇ ସେଠାରେ ଶେଷକୃତ୍ୟ କରାଯିବ । ରାଜ୍ୟ ରାଜନୀତିର ଜଣେ ଚର୍ଚ୍ଚିତ ଚେହେରା, ବରିଷ୍ଠ ବିଜେଡି ନେତା, ୭ ଥରର ବିଧାୟକ ରହିଆସିଛନ୍ତି ସୂର୍ଯ୍ୟନାରାୟଣ ପାତ୍ର । ୭୫ ବର୍ଷ ବୟସରଙ୍କ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘ ଦିନ ଧରି ସେ ଅସୁସ୍ଥ ରହିଥିଲେ । ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଶନିବାର ସନ୍ଧ୍ୟା ୭ଟା ୩୧ ମିନିଟ ସମୟରେ ତାଙ୍କର ପରଲୋକ ହୋଇଛି । ତାଙ୍କ ବିୟୋଗରେ ଗଞ୍ଜାମ ଜିଲ୍ଲା ସମେତ ସାରା ରାଜ୍ୟରେ ଶୋକର ଛାୟ ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ