Masthead

ଭାଇକୁ ହାଣିଲା ଭାଇ

ପାଲହଡା (ବଡ଼ ଖବର ବ୍ୟୁରୋ): ଜମିଜମା ବିବାଦକୁ କେନ୍ଦ୍ରକରି ସାନ ଭାଇ ଗଳାକାଟି ହତ୍ୟା କଲା ବଡ଼ଭାଇ । ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଛି ଅନଗୁଳ ଜିଲ୍ଲା ପାଳଲହଡା ବ୍ଲକ ଖମାର ଥାନା ଅନ୍ତର୍ଗତ ପଦାପଶି ଗ୍ରାମରେ । ପଦାପଶି ଗ୍ରାମର ଖଜୁରୀ କିସାନ ଓ ସାନଭାଇ ଲୋକନାଥ କିସାନ ଉଭୟଙ୍କ ମଧ୍ୟରେ ଦୀର୍ଘଦିନ ହେବ ଜମିବାଡ଼ିକୁ କେନ୍ଦ୍ରକରି ବିବାଦ ଲାଗି ରହିଥିଲା । ଏହାକୁ କେନ୍ଦ୍ରକରି ଲୋକନାଥ କିସାନ ନିଜ ଘରେ ଖଟରେ ସୋଇଥିବା ବେଳେ ବଡ଼ଭାଇ ଖଜୁରି କିସାନ ଏକ ଧାରୁଆ ଟାଙ୍ଗିଆରେ ଲୋକନାଥ କିସାନର ଗଳାକାଟି ହତ୍ୟା କରିଥିଲା । ପରେ ପରିବାର ଲୋକେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଲୋକନାଥ କିସାନକୁ ଦେଖି ଗ୍ରାମବାସୀଙ୍କୁ ଜଣାଇଥିଲେ । ଅନ୍ୟପଟେ ହତ୍ୟାକାରୀ ସାନଭାଇ ଖମାର ଥାନାରେ ଆତ୍ମସମର୍ପଣ କରିଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ