ରାୟଗଡ଼ାରେ ଓଡ୍ରାଫ୍ ଟିମ୍

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବାତ୍ୟା ଆଶଙ୍କା ନେଇ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ତଟବର୍ତ୍ତୀ ଜିଲ୍ଲାମାନଙ୍କରେ ଜିଲ୍ଲା ପ୍ରଶାସନ ସଜାଗ ରହିଥିବା ବେଳେ ରାୟଗଡ଼ାରେ ଗୋଟିଏ ଓଡ୍ରାଫ୍ ଟିମ୍ ପହଞ୍ଚିଛନ୍ତି । ଜିଲ୍ଲାର ନାଗାବଳୀ ଏବଂ ବଂଶଧାରା, ୨ ବଡ଼ ନଦୀ ପ୍ରବାହିତ ହେଉଥିବା ବେଳେ କଲ୍ୟାଣୀ, ଚାଉଳଧୁଆ, ଫଳଫଳିଆ ଭଳି ଛୋଟ ନଦୀ ପ୍ରବାହିତ ହେଉଛି । ତେବେ ବିଭିନ୍ନ ସମୟରେ ରାୟଗଡ଼ା ଜିଲ୍ଲାରେ ବନ୍ୟା ବିତ୍ପାତ ହେବାର ନଜିର ରହିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାରେ ପହଞ୍ଚିଛନ୍ତି  ଓଡ୍ରାଫ୍ ଟିମ୍ । ଟିମ୍ ୨ ଭାଗରେ ବିଭକ୍ତ ହୋଇ ବିଷମ କଟକ ଓ ରାମନାଗୁଡାଠାରେ ରହି ବାତ୍ୟା ମୁକାବିଲା କାର୍ଯ୍ୟରେ ନିୟୋଜିତ ହେବାନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା । ଏହା ସହ ସାମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ସଜାଗ ଥିବା କହିଛନ୍ତି ଜିଲ୍ଲାପାଳ ।


 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ