Masthead

ଆଜି ଦେଶର ୭୫ ଶିକ୍ଷକଙ୍କୁ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ଗୁରୁ ଦିବସ । ଗୁରୁଙ୍କୁ ସମ୍ମାନ କରିବାର ଦିନ । ଶିକ୍ଷା ବ୍ୟବସ୍ଥାରେ ଉଲ୍ଲେଖନୀୟ ଅବଦାନ ଥିବା ଦେଶରେ ୭୫ ଜଣ ଶିକ୍ଷକଙ୍କୁ ଆଜି ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ମନୋନିତ ଶିକ୍ଷକଙ୍କୁ ମାନପତ୍ରରେ ସମ୍ମାନିତ କରାଯିବା ସହ ସିଲଭର ମେଡାଲ ଓ ୫୦ ହଜାର ଅର୍ଥରାଶି ମଧ୍ୟ ପ୍ରଦାନ କରାଯିବ ।କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ମିଳିଛି । ଏହି ସମ୍ମାନଜନକ ପୁରସ୍କାର ପାଇଁ ଶିକ୍ଷା ମନ୍ତ୍ରାଳୟ ଦ୍ୱାରା ଚୟନ ହୋଇଥିବା ଶିକ୍ଷକଙ୍କ ମଧ୍ୟରେ ୫୦ ଜଣ ସ୍କୁଲ ଶିକ୍ଷକ, ୧୨ ଜଣ ଉଚ୍ଚ ଶିକ୍ଷା ବିଭାଗ ଶିକ୍ଷକ ଓ ଦକ୍ଷତା ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରାଳୟର ୧୨ ଜଣ ଶିକ୍ଷକ ରହିଛନ୍ତି ।

ଏମାନଙ୍କ ମଧ୍ୟରୁ ଓଡ଼ିଶାରୁ ୪ଜଣ ଶିକ୍ଷକ ରହିଛନ୍ତି । ପୁରସ୍କାର ପ୍ରାପ୍ତ ହେବାକୁ ଥିବା ଶିକ୍ଷକ ମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାକ୍ଷାତ କରି ସେମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ଏହି ସାକ୍ଷାତ ଆଲୋଚନା ସମୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶିକ୍ଷାରାଷ୍ଟ୍ର ମନ୍ତ୍ରୀ ସୁଭାସ ସରକାର, ଶିକ୍ଷାରାଜ୍ୟ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ପ୍ରମୁଖ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ