Masthead

ଆଜି ଦେଶର ୭୫ ଶିକ୍ଷକଙ୍କୁ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ଗୁରୁ ଦିବସ । ଗୁରୁଙ୍କୁ ସମ୍ମାନ କରିବାର ଦିନ । ଶିକ୍ଷା ବ୍ୟବସ୍ଥାରେ ଉଲ୍ଲେଖନୀୟ ଅବଦାନ ଥିବା ଦେଶରେ ୭୫ ଜଣ ଶିକ୍ଷକଙ୍କୁ ଆଜି ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ମନୋନିତ ଶିକ୍ଷକଙ୍କୁ ମାନପତ୍ରରେ ସମ୍ମାନିତ କରାଯିବା ସହ ସିଲଭର ମେଡାଲ ଓ ୫୦ ହଜାର ଅର୍ଥରାଶି ମଧ୍ୟ ପ୍ରଦାନ କରାଯିବ ।କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ମିଳିଛି । ଏହି ସମ୍ମାନଜନକ ପୁରସ୍କାର ପାଇଁ ଶିକ୍ଷା ମନ୍ତ୍ରାଳୟ ଦ୍ୱାରା ଚୟନ ହୋଇଥିବା ଶିକ୍ଷକଙ୍କ ମଧ୍ୟରେ ୫୦ ଜଣ ସ୍କୁଲ ଶିକ୍ଷକ, ୧୨ ଜଣ ଉଚ୍ଚ ଶିକ୍ଷା ବିଭାଗ ଶିକ୍ଷକ ଓ ଦକ୍ଷତା ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରାଳୟର ୧୨ ଜଣ ଶିକ୍ଷକ ରହିଛନ୍ତି ।

ଏମାନଙ୍କ ମଧ୍ୟରୁ ଓଡ଼ିଶାରୁ ୪ଜଣ ଶିକ୍ଷକ ରହିଛନ୍ତି । ପୁରସ୍କାର ପ୍ରାପ୍ତ ହେବାକୁ ଥିବା ଶିକ୍ଷକ ମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାକ୍ଷାତ କରି ସେମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ଏହି ସାକ୍ଷାତ ଆଲୋଚନା ସମୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶିକ୍ଷାରାଷ୍ଟ୍ର ମନ୍ତ୍ରୀ ସୁଭାସ ସରକାର, ଶିକ୍ଷାରାଜ୍ୟ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ପ୍ରମୁଖ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ