Masthead

ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ, ଦୁଇ ମୃତ ଦୁଇ ଗୁରୁତର

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଗଞ୍ଜାମ କବିସୂର୍ଯ୍ୟନଗର ପଙ୍କଳାବାଡି ଗାଁରେ ଦୁଇ ପରିବାର ସଦସ୍ୟଙ୍କ ମଧ୍ୟରେ ଦେଖାଦେଇଛି ଗୋଷ୍ଠୀ ସଂଘର୍ଷ । ଫଳରେ ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ହୋଇଛନ୍ତି । ମୃତ ଦୁଇଜଣ ହେଲେ ମିଥୁନ ଭୂୟାଁ ଓ ଲିପୁ ସ୍ୱାଇଁ । ଉଭୟ ସମ୍ପର୍କରେ ଜ୍ୱାଇଁ ଓ ଶଳା ।

ପୂର୍ବ ଶତ୍ରୁତା ଓ ରାଜନୈତିକ କଳହ ହତ୍ୟାକାଣ୍ଡର ମୁଖ୍ୟ କାରଣ ବୋଲି ଅଭିଯୋଗ କରିଛନ୍ତି ସମ୍ପର୍କୀୟ । ଗତ କାଲି ସନ୍ଧ୍ୟା ସମୟରେ ଦୁଇ ଜଣ ଚାଲିଚାଲି ସେହି ଗାଁ ଦେଇ ଯାଉଥିବା ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଉଭୟ ଗୁରୁତର ଅବସ୍ଥାରେ ପ୍ରଥମେ କବିସୂର‌୍ୟ୍ୟନଗର ଓ ପରେ ବ୍ରହ୍ମପୁର  ମେଡିକାଲରେ ଭର୍ତ୍ତି ହୋଇଥିଲେ।

ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ।ଏହି ଘଟଣାରେ ଅନ୍ୟ ଦୁଇ ଜଣ ଆହତ ହୋଇ  ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଖବର ପାଇବା ପରେ କବିସୂର‌୍ୟ୍ୟନଗର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଥିବା ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼