Masthead

ଶପଥ ନେଲେ ହାଇକୋର୍ଟର ଦୁଇ ନୂଆ ବିଚାରପତି

କଟକ(ବଡ଼ ଖବର ବ୍ୟୁରୋ) : ହାଇକୋର୍ଟର ଦୁଇ ନୂଆ ବିଚାରପତି ହେଲେ ଜଷ୍ଟିସ ଶିବଶଙ୍କର ମିଶ୍ର ଓ ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା । ଉଭୟଙ୍କୁ ଶପଥ ପାଠ କରାଇଲେ ହାଇକୋର୍ଟର ମୁଖ୍ୟବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର । । ନୂଆ ବିଚାରପତିଙ୍କ ଶପଥ ପାଠ ପରେ ହାଇକୋର୍ଟରେ ବିଚାରପତି ସଂଖ୍ୟା ୨୨କୁ ବୃଦ୍ଧି ପାଇଛି ।

ଜଷ୍ଟିସ ଶିବଶଙ୍କର ମିଶ୍ର ଜୟପୁରଠାରେ ୧୯୬୮ ମେ ୩ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ଶ୍ରୀ ମିଶ୍ର ୧୯୯୧ ଡିସେମ୍ବର ୭ରେ ଆଇଜୀବିଭାବେ ପରିଚିତ ହୋଇଥିଲେ । ଦେୱାନୀ ଫୌଜାଦାରୀ ଓ ନିଯୁକ୍ତି ସମ୍ପର୍କିିତ ଆଇନରେ ତାଙ୍କର ବିଶେଷ ଅଧ୍ୟୟନ ରହିଛି । ସେ ଓଡିଶା ହାଇକୋର୍ଟ ଓ କେନ୍ଦ୍ର ସରକାରଙ୍କ ପାଇଁ ସୁପ୍ରିମକୋର୍ଟରେ ଆଇନଜୀବୀଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି ।

ସେହିଭଳି ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା ୧୯୬୪ ମେ ୨୩ରେ ଜନ୍ମ ଗ୍ରହଣ କରିଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି । ଶ୍ରୀ ବେହେରା ରାଜ୍ୟ ଭିଜିଲାନ୍ସରେ ମଧ୍ୟ ଲିଗାଲ ଆଡଭାଇଜର ଭାବେ କାର୍ଯ୍ୟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ