Masthead

ଜନ୍ମାଷ୍ଟମୀ ଅବସରରେ ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି

ପୁରୀ(ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣ ଜନ୍ମ ଉତ୍ସବ। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସଂନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ସଂନ୍ଧ୍ୟା ଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା,ଝିଲି,ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ।

ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବେ। ତିନି ପୂଜାପଣ୍ଡା ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିବେ। ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ। ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣକରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରାଯାଇଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ