Masthead

ଆଜି ପବିତ୍ର ଜନ୍ମାଷ୍ଟମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ । ହିନ୍ଦୁ ପାଞ୍ଜି ଅନୁସାରେ ଭାଦ୍ରବ ମାସ କୃଷ୍ଣପକ୍ଷର ଅଷ୍ଟମୀ ତିଥିକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ। କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀରେ ଭଗବାନ ଶ୍ରୀକୃଷ୍ଣ ଧରାପୃଷ୍ଠରେ ଜନ୍ମଗ୍ରହଣ କରିଥିଲେ । ଦେବକୀ ଓ ବସୁଦେବଙ୍କ ଅଷ୍ଟମ ସନ୍ତାନ ଭାବେ ମହାରାଜା କଂସଙ୍କ କାରଗାରରେ ଜନ୍ମ ନେଇଥିଲେ ଭଗବାନ ଶ୍ରୀକୃଷ୍ଣ । ପୃଥିବୀ ପୃଷ୍ଠରୁ ପାପର ଭାରକୁ କମାଇବା ଲାଗି ଏବଂ ସାଧୁସନ୍ଥ, ମୁନିଋଷିଙ୍କୁ ରକ୍ଷା କରିବା ପାଇଁ ଭଗବାନ ବିଷ୍ଣୁ ଧାରଣ କରିଥିଲେ ଶ୍ରୀକୃଷ୍ଣଙ୍କ ଅବତାର ।

ସାରା ବିଶ୍ୱର ହିନ୍ଦୁ ସଂପ୍ରଦାୟ ଏହାକୁ ପାଳନ କରୁଥିବାବେଳେ ଉତ୍ତର ଭାରତରେ ଏହାକୁ ଖୁବ ଧୁମଧାମରେ ପାଳନ କରାଯାଏ । ଦ୍ୱାରିକାରେ ଆଡ଼ମ୍ବରର ସହକାରେ ଏହାକୁ ବେଶ୍‌ ଆକର୍ଷଣୀୟ ଢଙ୍ଗରେ ପାଳନ କରାଯାଉଥିବା ବେଳେ ମହାରାଷ୍ଟ୍ରରେ ବିଶେଷ କରି ଦହିହାଣ୍ଡି ଭଙ୍ଗାର ଆୟୋଜନ କରାଯାଇଥାଏ। ଭଗବାନ ଶ୍ରୀକୃଷ୍ଣଙ୍କର ଜନ୍ମ ଅଷ୍ଟମୀ ତିଥିର ରୋହିଣୀ ନକ୍ଷତ୍ରରେ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ