Masthead

ନନ୍ଦ ଉତ୍ସବ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ(ବଡ଼ ଖବର ବ୍ୟୁରୋ):ନନ୍ଦ ଉତ୍ସବ ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି କରାଯାଉଛି । ମଙ୍ଗଳ ଆଳତୀ ସରିବା ପରେ ମହାଜନ ସେବାୟତ ପ୍ରଭୁ ରାମ, କୃଷ୍ଣଙ୍କୁ ଆଣି ଜଗମୋହନ ଦୋଳିରେ ବିଜେ କରିବେ । ଦକ୍ଷିଣ ଘରୁ ମଦନମୋହନ ଆସି ଦୋଳିରେ ବସିବେ । ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ । ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାରଘରୁ ଦେବୀ ଦୁର୍ଗାଙ୍କୁ ପତି ମହାପାତ୍ର ବିଜେ କରାଇବେ ।

ତେଣୁ ରାମ, କୃଷ୍ଣ ଓ ମଦନମୋହନ ଦୋଳିରୁ ଓହ୍ଲାଇ ଖଟ ଉପରେ ବିଜେ ହେବେ । ଭିତରଛୁ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିଆସି ସ୍ନାନମଣ୍ଡପ ଉପରେ ବସିବେ । ପରେ ଭରତିଆ ଗୌଡ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ