Masthead

ଭାରସାମ୍ୟ ହରାଇ ପୋଲତଳେ କାର

ସୋର(ବଡ଼ ଖବର ବ୍ୟୁରୋ): ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର ୩ ଗୁରୁତର । ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ତଳନଗର ନିକଟରେ ଅଭାବନୀୟ ଘଟଣା । ସୂଚନା ଅନୁସାରେ ପଶ୍ଚିମବଙ୍ଗ ଖଡ଼ଗପୁରରୁ ଏକ କାର ଯୋଗେ ଜଣେ ଦମ୍ପତି ଦୁଇ କୁନି ପିଲାଙ୍କୁ ଧରି ଜଗନ୍ନାଥ ଦର୍ଶନ ପାଇଁ ପୁରୀକୁ ଯାଉଥିବା ବେଳେ ୧୬ନଂ ଜାତୀୟ ରାଜପଥ ତଳନଗର ନିକଟରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡିଥିଲା ।

ସ୍ଥାନୀୟ ଲୋକ ଉଦ୍ଧାର କରିବା ସହ ଦମକଳ ବାହିନୀକୁ ଖବର ଦେଇଥିଲେ । ଦମକଳ ବାହିନୀ ଆମ୍ବୁଲାନ୍ସରେ ଆହତଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ସେମାନଙ୍କ ଅବସ୍ଥା ସ୍ଥିର ଅଛି । ସୋର ପୋଲିସ କାରଟିକୁ ଥାନାକୁ ଆଣି ତଦନ୍ତ କରୁଛନ୍ତି । କାରରେ ଗର୍ଭରମେଣ୍ଟ ଅଫ ଇଣ୍ଡିଆ ଲେଖାଥିବା ବେଳେ ଆହତଙ୍କ ସଠିକ ପରିଚୟ ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ