Masthead

ଆଜି ଭାରତରେ ପହଞ୍ଚିବେ ଆମେରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜି-୨୦ ବୈଠକ ପାଇଁ ଦିଲ୍ଲୀରେ ଏକାଠି ହେଉଛନ୍ତି ବିଶ୍ୱ ନେତା । ଗୁରୁବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତରେ ପହଞ୍ଚିବେ । ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦି ଏବଂ ବାଇଡେନଙ୍କ ଦ୍ୱିପାକ୍ଷିକ ବୈଠକ ହେବାର ଅଛି । ବାଇଡେନଙ୍କ ପତ୍ନି ତଥା ଫାଷ୍ଟ ଲେଡି ଜୋ ବାଇଡେନ କୋଭିଡ ପଜିଟିଭ ଚିହ୍ନଟ ପରେ ବାଇଡେନ ମଧ୍ୟ ପଜିଟିଭ ଥିବା ନେଇ ଆଶଙ୍କା ପ୍ରକାଶ ପାଇଥିଲା ।

କିନ୍ତୁ ବାଇଡେନଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ସେ ଭାରତ ଆସିବା ନେଇ ସ୍ପଷ୍ଟ କରିଥିଲା ହ୍ୱାଇଟହାଉସ । କିନ୍ତୁ ଚୀନ ରାଷ୍ଟ୍ରପତି ଜିନପିଙ୍ଗ ଏବଂ ଋଷ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ଜି-୨୦ ସମ୍ମିଳନୀରେ ଯୋଗଦେବେ ନାହିଁ ବୋଲି ପୂର୍ବରୁ ସ୍ପଷ୍ଟ କରିସାରିଛନ୍ତି । ନୂଆଦିଲ୍ଲୀର ପ୍ରଗତୀ ମଇଦାନରେ ଜି-୨୦ ସମ୍ମିଳନୀର ଆୟୋଜନ କରାଯାଇଛି । ଆସନ୍ତା ୯ ଏବଂ ୧୦ ତାରିଖ ଦୁଇ ଦିନ ଜି-୨୦ ବୈଠକ ହେବାର ଅଛି । ଏହା ପୂର୍ବରୁ ବିଭିନ୍ନ ଦେଶ ମୁଖ୍ୟଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ପ୍ରଧାନମନ୍ତ୍ରୀ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ