ଆଜିଠୁ ସାମୂହିକ ଛୁଟିରେ ୧ଲକ୍ଷ ୩୦ ହଜାର ଶିକ୍ଷକ, ଠପ୍ ହେବ ପାଠପଢା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ସାମୂହିକ ଛୁଟିରେ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ । ୧ଲକ୍ଷ ୩୦ ହଜାର ଶିକ୍ଷକ ଯିବେ ସାମୂହିକ ଛୁଟିରେ । ୩୧୪ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଦେବେ ଧାରଣା । ୩ ଦଫା ଦାବି ନେଇ ଧାରଣା ଦେବେ ପ୍ରାଥମିକ ଶିକ୍ଷକ-ଶିକ୍ଷୟିତ୍ରୀ । ଠପ୍ ହୋଇପାରେ ରାଜ୍ୟର ପ୍ରାୟ ୫୬ ହଜାର ସ୍କୁଲର ପାଠପଢା । କେନ୍ଦ୍ରୀୟ ହାରରେ ଦରମା, ଜୁନିଅର ଶିକ୍ଷକଙ୍କୁ ନିୟମିତ ମାନ୍ୟତା, ଗଣଶିକ୍ଷକଙ୍କୁ ଏକ୍ସ କ୍ୟାଡରର ହଟାଇବା ପରି ଦାବି ନେଇ ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ ଓ ଶିକ୍ଷୟତ୍ରୀ । ବିଭିନ୍ନ ସମସ୍ୟାର ସମାଧାନ ନେଇ ଶିକ୍ଷକ ସଂଘ ଅଗଷ୍ଟ ୫ରୁ ବିଇଓ ଏବଂ ୧୧ ତାରିଖରେ ଡିଇଓ ଓ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ