Masthead

କଂଗ୍ରେସରୁ ନିଲମ୍ବିତ ହେଲେ ମନ୍ମଥ ରାଉତରାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାୟକ ସୁରେଶ ରାଉତରାୟଙ୍କ ସାନ ପୁଅଙ୍କୁ କଂଗ୍ରେସରୁ ସସପେଣ୍ଡ କରାଯାଇଛି । ତାଙ୍କୁ ନିଲମ୍ବିତ କରିଛି କଂଗ୍ରେସ ଶୃଙ୍ଖଳା କମିଟି । କଂଗ୍ରେସରୁ ନଲଢ଼ିବା ନେଇ ମନ୍ତବ୍ୟ ଦେଇଥିଲେ ମନ୍ମଥ ରାଉତରାୟ । ୨୦୨୪ରେ ସେ ଜଟଣୀରୁ ନିର୍ବାଚନ ଲଢ଼ିବେ । କିନ୍ତୁ କଂଗ୍ରେସରୁ ପ୍ରାର୍ଥୀ ହେବେ ନାହିଁ ବୋଲି ଗଣମାଧ୍ୟମରେ କହିଥିଲେ ମନ୍ମଥ ରାଉତରାୟ । ତାଙ୍କର ଏହି ମନ୍ତବ୍ୟକୁ ନେଇ ବିବାଦ ହୋଇଥିଲା । ଏହାପରେ ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଥିଲା ।

ଯାହାର ଉତ୍ତର ନଦେବାରୁ କାର୍ଯ୍ୟାନୁଷ୍ଠାନ ନେଇଛି କଂଗ୍ରେସ ଶୃଙ୍ଖଳା କମିଟି ।ଦଳୀୟ ଶୃଙ୍ଖଳା ଭଙ୍ଗ କରିଥିବାରୁ ମନ୍ମଥ ରାଉତରାୟଙ୍କ ବିରୋଧରେ ଦଳ କାର୍ଯ୍ୟାନୁଷ୍ଠାନ ନେଇଥିବା ସୂଚନା ଦେଇଛନ୍ତି ଶୃଙ୍ଖଳା କମିଟି ଅଧକ୍ଷ ସନ୍ତୋଷ ସିଂ ସାଲୁଜା । ନିଲମ୍ବନ ପରେ ପ୍ରତିକି୍ରୟା ରଖି ମନ୍ମଥ ରାଉତରାୟ କହିଛନ୍ତି, କଂଗ୍ରେସରେ ମୁଁ ସଦସ୍ୟ ନଥିଲି, ନିଲମ୍ବନ କଣ ହେବି? ମୁଁ କଂଗ୍ରେସରେ ସାମିଲ ହେବା ନେଇ କୌଣସି ଅନୁମତି ଦେଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ