Masthead

୨ ଦିନ ଧରି ଚାଲିବ ଜି-୨୦ ଶିଖର ସମ୍ମିଳନୀ, ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ ବିଶ୍ୱନେତା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେଉଛି ଜି-୨୦ ଶିଖର ସମ୍ମିଳନୀ । ୨ଦିନ ଧରି ନୂଆଦିଲ୍ଲୀରେ ଚାଲିବ ସମ୍ମିଳନୀ । ନୂଆଦିଲ୍ଲୀରେ ପହଂଚିସାରିଲେଣି ବିଶ୍ୱ ନେତା । ସମ୍ମିଳନୀ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ବିଶ୍ୱର କୋଣ ଅନୁକୋଣରୁ ରାଜନୈତିକ ପ୍ରତିନିଧି, ଆନ୍ତର୍ଜାତିକ ସଂଗଠନର ପ୍ରତିନିଧି ଓ ଅନ୍ୟ ବିଶ୍ୱ ନେତୃବୃନ୍ଦ ଯୋଗ ଦେଉଛନ୍ତି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନାକ, ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା, ଆର୍ଜେଣ୍ଟିନା ରାଷ୍ଟ୍ରପତି ଆଲବର୍ଟୋ ଫର୍ଣାଣ୍ଡିଜ, ନାଇଜେରିଆର ରାଷ୍ଟ୍ରପତି, ମରିସସ ପ୍ରଧାନମନ୍ତ୍ରୀ, ଇଟାଲୀ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ପ୍ରମୁଖ ନୂଆଦିଲ୍ଲୀରେ ପହଂଚି ସାରିଛନ୍ତି।

ଅନ୍ୟପକ୍ଷରେ ମେକ୍ସିକୋର ଅର୍ଥମନ୍ତ୍ରୀ, ୟୁରୋପ କମିଶନର ଅଧ୍ୟକ୍ଷ, ୟୁରୋପ ପରିଷଦର ଅଧ୍ୟକ୍ଷ, ଓଇସିଡି ମହାସଚିବ, ଆନ୍ତର୍ଜାତିକ ମୁଦ୍ରା ପାଣ୍ଠିର ପରିଚାଳନା ନିର୍ଦ୍ଦେଶକ ଏବଂ ବିଶ୍ୱ ବାଣିଜ୍ୟ ସଂଗଠନର ମହାନିର୍ଦ୍ଦେଶକ ମଧ୍ୟ ଏହି ସମ୍ମିଳନୀରେ ଯୋଗ ଦେବାକୁ ଆସି ପହଂଚିଛନ୍ତି । ସମସ୍ତ ଅତିଥିମାନଙ୍କୁ ବିମାନ ବନ୍ଦରରେ ଭବ୍ୟ ସ୍ୱାଗତ କରାଯାଇଥିଲା । ପାରମ୍ପରିକ ନୃତ୍ୟ ଓ ସଂଗୀତ ପରିବେଷଣ କରାଯାଇ ସେମାନଙ୍କୁ ସ୍ୱାଗତ କରାଯାଇଥିଲା । ୟୁକ୍ରେନ ଯୁଦ୍ଧ, ସ୍ୱଚ୍ଛ ଶକ୍ତି, ଜଳବାୟୁ ପରିବର୍ତ୍ତନ, ଦାରିଦ୍ର୍ୟ ଦୂରୀକରଣ ଆଦି ପ୍ରସଙ୍ଗରେ ବିଶ୍ୱ ନେତା ଆଲୋଚନା କରିବେ । ଭାରତ ଓ ଆମେରିକା ମଧ୍ୟରେ ଜିଇ ଇଞ୍ଜିନ, ପ୍ରିଡେଟର ଡ୍ରୋନ, ୫ଜି ଓ ୬ଜି ସ୍ପେକ୍ଟ୍ରମ, ଆଧୁନିକ ପ୍ରଯୁକ୍ତି, ବେସାମରିକ ଆଣବିକ କ୍ଷେତ୍ର ପ୍ରସଙ୍ଗରେ ଆଲୋଚନା ହେବା କାର୍ୟ୍ୟକ୍ରମ ରହିଛି । ସେପଟେ ଗତକାଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପହଂଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼