Masthead

ଜଳ ନିଷ୍କାସନ ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଦୀର୍ଘଦିନ ଧରି ଗାଁ ଦାଣ୍ଡ ଜଳମଗ୍ନ ହୋଇ ରହିବା ଦ୍ୱାରା ଗ୍ରାମବାସୀ ହନ୍ତସନ୍ତ । ଜରୁରୀକାଳୀନ ସମୟରେ ଆମ୍ବୁଲାନ୍ସ ମଧ୍ୟ ଗାଁ ଭିତରକୁ ପଶିପାରୁନାହିଁ । ଗ୍ରାମବାସୀମାନେ ଆଣ୍ଠୁଏ ପାଣିରେ ଯିବା ଆସିବା କରିବା ଦ୍ୱାରା ଓ ଏଭଳି ଅସ୍ୱାସ୍ଥ୍ୟକର ପରିବେଶରେ ଚଳିବା ଦ୍ୱାରା ଅକଥନୀୟ ଦୁର୍ଦ୍ଦଶାର ସମ୍ମୁଖୀନ ହୋଇ ବିଭିନ୍ନ ରୋଗରେ ପୀଡିତ ହେଉଛନ୍ତି ।

ଘରୁ ବାହାରିପାରୁ ନାହାନ୍ତି ।ଗାଁରୁ ଜଳ ନିଷ୍କାସନର ବ୍ୟବସ୍ଥା କରିବାକୁ ଗ୍ରାମବାସୀମାନେ ବାରମ୍ବାର ସ୍ଥାନୀୟ ନିର୍ବାଚିତ ପ୍ରତିନିଧି ଓ ପ୍ରଶାସନିକ ଅଧିକାରୀମାନଙ୍କ ନିକଟରେ ଗୁହାରି କରୁଥିଲେ ମଧ୍ୟ କୌଣସି ସମାଧନ ହୋଇପାରୁନାହିଁ । ଏଭଳି ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ଅନ୍ତର୍ଗତ ବାଲିସାହି ଗ୍ରାମର ଦୁଇ ନମ୍ବର ୱାର୍ଡରେ । ଏହି ସମସ୍ୟା ଦୀର୍ଘ ୧୦ ବର୍ଷ ହେଲାଣି ଗ୍ରାମବାସୀମାନେ ସମ୍ମୁଖୀନ ହେଉଛନ୍ତି । ଏଣୁ ପ୍ରଶାସନ ଦ୍ୱାରା ଏହାର କୌଣସି ପ୍ରତିକାର ନ ହେବାରୁ ଆଜି ଉତ୍କଳ ସମାଜ ନାମକ ଅନୁଷ୍ଠାନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଏହାର ପ୍ରତିବାଦ କରାଯାଇଛି ।

ଅନୁଷ୍ଠାନର କର୍ମକର୍ତାଙ୍କ ଡ଼ାକରାରେ ବାଲିସାହି ଗ୍ରାମବାସୀ ମିଳିତ ହୋଇ ଜଗତସିଂହପୁର ପୌରପରିଷଦ କାର‌୍ୟ୍ୟଳୟ ନିକଟରୁ ଏକ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ କାର‌୍ୟ୍ୟଳୟ ପର‌୍ୟ୍ୟନ୍ତ ଯାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଏବଂ ଏହି ସମସ୍ୟାକୁ ଯୁଦ୍ଧକାଳୀନ ଭିତ୍ତିରେ ସମାଧାନ କରିବାକୁ ଜିଲ୍ଲାପାଳଙ୍କୁ ଦାବିପତ୍ର ଦିଆଯାଇଥିଲା । ଯଦି ଗ୍ରାମରୁ ଏହି ଜଳ ନିଷ୍କାସନ ସମସ୍ୟାର ସ୍ଥାୟୀ ପ୍ରତିକାର ଗୋଟିଏ ମାସ ମଧ୍ୟରେ କରା ନଯାଏ ତେବେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ଉତ୍କଳ ସମାଜର ପ୍ରମୁଖ କର୍ମକର୍ତ୍ତା ଓ ଗ୍ରାମବାସୀମାନେ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼