Masthead

କେନାଲରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ

ସାଲେପୁର(ବଡ଼ ଖବର ବ୍ୟୁରୋ): କେନାଲରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କଟକ ଜିଲ୍ଲା ସାଲେପୁର ବହୁଗ୍ରାମ ଖରାଖିଆ ବଜାର ନିକଟସ୍ଥ କେନାଲରୁ । ସ୍ଥାନୀୟ ଅଞ୍ଚଳର କିଛି ଲୋକ ସିଂହମାପୁର ଖରଖିôଆ କେନାଲ ବନ୍ଦରେ ଏକ ଯୁବକଙ୍କ ମୃତଦେହ ଭାସୁଥବାର ଦେଖି ପାଗା ଫାଣ୍ଡି ପୋଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ପଗା ଫାଣ୍ଡି ପୋଲିସ ଏବଂ ଅଗ୍ନିଶମ ବିଭାଗ ପହଞ୍ଚି ଶବକୁ ଜବତ କରିଛି।

ଏ ସଂପର୍କରେ ପରିବାର ଲୋକେ ଜାଣିବା ପରେ ଥାନାରେ ଅଭିଯୋଗ କରିଛନ୍ତି। ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ଏ ଯୁବକ ଜଣକ ହେଉଛନ୍ତି ସ୍ଥାନୀୟ ଭାତପଡା ଯାଆଁଳେଇ ଗ୍ରାମର ।ଏବଂ ବୟସ ପାଖାପାଖି ୪୦ ହେବ ଓ ନାଁ ତାଙ୍କର ପାଗଳ ବୋଲି ଜଣାପଡ଼ିଛି । ଘଟଣା ସ୍ଥଳରେ ପାଗା ଫାଣ୍ଡି ଅଧିକାରୀ କୁଞ୍ଜବିହାରୀ ଧିର୍ ଶବକୁ ବ୍ୟବଛେଦ ନିମନ୍ତେ କଟକ ବଡ଼ ଡ଼ାକ୍ତରଖାନାକୁ ପଠାଇବା ସହିତ ଅଧିକ ତଦନ୍ତ ଚଳାଇଥିବା ବେଳେ ଏହା ହତ୍ୟା କି ଆତ୍ମହତ୍ୟା ତାହା ଜଣାପଡ଼ିନାହିଁ। ଶବବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ସୂଚନା ଦେଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’