Masthead

ଜି-୨୦ ସମ୍ମିଳନୀର ଆଜି ଦ୍ୱିତୀୟ ଦିନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜି-୨୦ ସମ୍ମିଳନୀର ଆଜି ଦ୍ୱିତୀୟ ଦିନ । ନୂଆଦିଲ୍ଲୀ ରାଜଘାଟରେ G-20ରେ ସାମିଲ ବିଭିନ୍ନ ରାଷ୍ଟ୍ର ମୁଖ୍ୟ । ବିଶ୍ୱନେତାଙ୍କୁ ସ୍ୱାଗତ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ଖଦିରେ ପ୍ରସ୍ତୁତ ଉପଢୌକନ ଦେଇ ସ୍ୱାଗତ କରୁଛନ୍ତି ପ୍ରଧାନମନ୍ତ୍ରୀ । ଗାନ୍ଧିଜୀଙ୍କ ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି ଦେବେ ବିଶ୍ୱନେତା। ଦିନ ସାଢେ ୧୦ ଟାରେ ଭାରତ ମଣ୍ଡପମରେ ହେବ ତୃତୀୟ ବୈଠକ । ‘ୱାନ ଫ୍ୟୁଚର’ ଉପରେ ହେବ ଆଲୋଚନା । ଫ୍ରାନ୍ସ ରାଷ୍ଟ୍ରପତିଙ୍କ ଇମାନୁଏଲ ମାକ୍ରନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଟ ଉପରେ ୧୭୦ ଜଣ ଅତିଥି ଭାରତ ମଣ୍ଡପମରେ ଯୋଗ ଦେଇଛନ୍ତି । ପ୍ରଥମ ଦିନରେ ୨ଟି ବୈଠକ ହୋଇଥିଲା । ନୂଆଦିଲ୍ଲୀର ଘୋଷଣାପତ୍ରକୁ ୧୦୦ ପ୍ରତିଶତ ମଞ୍ଜୁରୀ ମିଳିଛି । ଦୀର୍ଘ ଘଣ୍ଟାର ଆଲୋଚନା ପରେ ୟୁକ୍ରେନ ବିବାଦକୁ ନେଇ ରହିଥିବା ଘୋଷଣାନାମା ଉପରେ ସହମତି ପ୍ରକାଶ କରିଛନ୍ତି । ବିଶ୍ୱରେ ବିଶ୍ୱାସର ସଙ୍କଟ କଥା କହି ଜି-୨୦ରୁ ସବକା ସାଥ ସବକା ବିକାଶର ମନ୍ତ୍ର ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ