Masthead

ପତ୍ନୀଙ୍କ ସହ ଅକ୍ଷରଧାମ ମନ୍ଦିରରେ ପୂଜାର୍ଚ୍ଚନା କଲେ ଋଷି ସୁନକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ଅକ୍ଷରଧାମ ମନ୍ଦିର ବୁଲିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ । ‘ଜି୨୦’ ଶିଖର ସମ୍ମିଳନୀରୁ ସାମାନ୍ୟ ବିରତି ନେଇ ଆଜି ସକାଳୁ ବ୍ରିଟିସ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଓ ତାଙ୍କ ସ୍ତ୍ରୀ ଅକ୍ଷତା ମୂର୍ତ୍ତି ଦିଲ୍ଲୀସ୍ଥିତ ଅକ୍ଷରଧାମ ମନ୍ଦିରକୁ ଯାଇଥିଲେ। ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ହେବା ପରଠାରୁ ତାଙ୍କର ପ୍ରଥମ ସରକାରୀ ଭାରତ ଗସ୍ତ।ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ଗସ୍ତ ଲାଗି ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଥିଲ । ଗତକାଲି ଜି-ଟ୍ୱେଣ୍ଟି ସମ୍ମିଳନୀରେ ଯୋଗ ଦେବା ସହ ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଥିଲେ ।

ରାଜଧାନୀରେ ଦିଲ୍ଲୀରେ ଚାଲିଥିବା ଜି-୨୦ ଶିଖର ସମ୍ମିଳନୀର ଆଜି ଦ୍ୱିତୀୟ ତଥା ଅନ୍ତିମ ଦିନ। ଆଜି ମଧ୍ୟ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ। ଗତକାଲି ପ୍ରଥମ ଦିନରେ ୱାନ୍ ଆର୍ଥ, ୱାନ୍ ଫ୍ୟାମିଲି ଅର୍ଥାତ ଗୋଟିଏ ପୃଥିବୀ, ଗୋଟିଏ ପରିବାର ବିଷୟବସ୍ତୁ ଉପରେ ବିଶ୍ୱନେତା ମାନେ ଆଲୋଚନା କରିଥିବା ବେଳେ ଆଜି ୱାନ୍ ଫ୍ୟୁଚର ଅର୍ଥାତ ଗୋଟିଏ ଭବିଷ୍ୟତ ବିଷୟବସ୍ତୁ ଉପରେ ମାନସ ମନ୍ଥନ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା