Masthead

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କାଳୀୟଦଳନ ବେଶ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଭାଦ୍ରବ କୃଷ୍ଣପକ୍ଷ ଏକାଦଶୀ ତିଥି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ କାଳୀୟ ଦଳନ ବେଶ ଓ ଧେନୁକାସୁର ବଧ । ଗତକାଲି ଠାକୁରଙ୍କ ବଣଭୋଜି ବେଶ, କୋଳିବିକା ଓ ବକାସୁର ବଧ ନୀତି ଅନୁଷ୍ଠିତ ହୋଇଥିଲା । ମହାପ୍ରଭୁ ବାଳଗୋପାଳ ଓ ବଡ଼ଠାକୁର ବଳରାମ ବେଶ ହୋଇଥିଲେ ।

କିନ୍ତୁ ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲବଣୀଖିଆ ମଣ୍ଡପକୁ ବିଜେ କରିବେ । ସେଠାରେ ବନ୍ଦାପନା, ଶୀତଳ ଭୋଗ ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ