Masthead

୨୦ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୦ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ । ଓସେପା ୱେବସାଇଟରେ ପ୍ରକାଶ ପାଇଲା ବିଜ୍ଞପ୍ତି । ଆସନ୍ତା ୧୩ରୁ ନିବେଦନ, ଅକ୍ଟୋବର ୧୦ ଶେଷ ତାରିଖ । ସମ୍ପୂର୍ଣ୍ଣ ଅନଲାଇନରେ ହେବ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା । କମ୍ପୁ୍ୟଟର ବେସ୍ଡ ଟେଷ୍ଟରେ ଲିଖିତ ପରୀକ୍ଷା ହୋଇ ଚୟନ ହେବ । ଏନେଇ ଓସେପା ୱେବସାଇଟ୍‌- www.osepa.odisha.gov.inରେ ବିଜ୍ଞପ୍ତି ଜାରି ହୋଇଛି। ଆସନ୍ତା ୧୩ ତାରିଖରୁ ଆଶାୟୀ ପ୍ରାର୍ଥୀମାନେ ଓସେପା ୱେବସାଇଟ୍‌ରେ ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ । ଆବେଦନର ଶେଷ ସମୟ ଆସନ୍ତା ଅକ୍ଟୋବର ୧୦ ତାରିଖ । କିଛି ବର୍ଷ ବ୍ୟବଧାନରେ ବ୍ୟପାକ ସଂଖାରେ ଏହି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାପରେ ରାଜ୍ୟର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବ ।

ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ । ବିଭାଗ ଅଧୀନରେ ହେବାକୁ ଥିବା ଏହି ୨୦ ହଜାର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍‌ଲାଇନ୍‌ରେ କରାଯିବ । କମ୍ପ୍ୟୁଟର ବେସଡ୍ ଟେଷ୍ଟ (ସିବିଟି) ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଆଶାୟୀ ପ୍ରାର୍ଥୀଙ୍କୁ ଚୟନ କରାଯିବ । ସମଗ୍ର ଶିକ୍ଷା କାର୍ୟ୍ୟକ୍ରମ ଅଧୀନରେ ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକ (ସିମାଟିକ୍‌)ଙ୍କୁ ନିଯୁକ୍ତି ଦିଆଯିବ । ଓସେପାରେ ୱେବସାଇଟ୍‌ରେ ନିଯୁକ୍ତି ପାଇଁ ଜିଲ୍ଲାୱାରୀ ପଦବୀ, ଲିଖିତ ପରୀକ୍ଷାର ସିଲାବସ୍‌, କେଉଁ କେଉଁ ତଥ୍ୟ ଅପଲୋଡ୍ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି । ଓସେପାର ୱେବସାଇଟ୍ (https://osepa.odisha.gov.in)ରେ ଆଶାୟୀମାନେ ଆବେଦନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା