Masthead

ପାକ୍ ବିପକ୍ଷରେ ଭାରତର ଦମଦାର ବିଜୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଏସିଆପରେ ଭାରତର ବିଶାଳ ବିଜୟ। ପାକିସ୍ତାନ ବିପକ୍ଷରେ ଐତିହାସିକ ବିଜୟ ହାସଲ କଲା ରୋହିତ ବାହିନୀ । ୨୨୮ ରନରେ ପାକିସ୍ତାନକୁ ହରାଇଛି ଟିମ୍ ଇଣ୍ଡିଆ । ତେବେ ଏହା ପୂର୍ବରୁ ଏହି ରେକର୍ଡ ୧୪୦ ରନର ଥିଲା । ଯାହା କି ଭାରତ ୨୦୦୮ରେ ମୀରପୁର ଷ୍ଟାଡିୟମରେ ବନାଇଥିଲା ।

କଲମ୍ବୋର ଆର୍ ପ୍ରେମଦାସା ଷ୍ଟାଡିୟମରେ ଟସ୍ ହାରି ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୫୦ ଓଭରରେ ବିରାଟ କୋହଲି ଏବଂ କେଏଲ୍ ରାହୁଲ ଶତକୀୟ ଇନିଂସ ଫଳରେ ୩୫୬ ରନ୍ ସଂଗ୍ରହ କରିଥିଲା । ବିରାଟ କୋହଲି ୯୪ ଟି ବଲରେ ୧୨୨ ରନ୍ କରିଥିଲା ବେଳେ କେଏଲ୍ ରାହୁଲ ୧୦୬ଟି ବଲରେ ୧୧ରନ୍ କରି ଅପରାଜିତ ରହିଥିଲେ । ଜବାବରେ ପାକିସ୍ତାନ ୩୨ ଓଭରରେ ମାତ୍ର ୧୨୮/୮ ରନ୍ ହିଁ କରିବାରେ ସକ୍ଷମ ହୋଇଥିଲା ।

ପାକିସ୍ତାନର ଦୁଇଜଣ ବ୍ୟାଟର ଆହତ କାରଣରୁ ପଡ଼ିଆକୁ ଓହ୍ଲାଇପାରିନଥିଲେ । କେବଳ ୮ ଜଣ ହିଁ ବ୍ୟାଟିଂ କରିଥିଲେ । ସେଥିପାଇଁ ଭାରତକୁ ବିଜୟୀ ଘୋଷଣା କରାଯାଇଥିଲା । ପାକିସ୍ତାନକୁ ନିଜ ଦିନିକିଆ ଇତିହାସରେ ଦ୍ୱିତୀୟଥର ସବୁଠୁ ବଡ଼ ପରାଜୟର ସମ୍ମୁଖିନ ହେବାକୁ ପଡ଼ିଛି। ଭାରତ ପକ୍ଷରୁ କୁଲଦୀପ ଯାଦବ ସର୍ବାଧିକ ୫ ଟି ୱିକେଟ୍ ଅକ୍ତିଆର କରିଥିବା ବେଳେ ଜଶପ୍ରୀତ ବୁମରାହ, ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଶାର୍ଦ୍ଦୁଲ ଠାକୁର ଗୋଟିଏ ଲାଖାଏଁ ୱିକେଟ୍ ନେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ