Masthead

ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

ରାଜଗାଙ୍ଗପୁର, (ବଡ଼ ଖବର ବ୍ୟୁରୋ): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ । ରାଜଗାଙ୍ଗପୁର ଅଞ୍ଚଳରୁ ଆସିଛି ଏଭଳି ଦୁଃଖଦ ଖବର । ସୋମବାର ସକାଳ ପ୍ରାୟ ୮ଟାରେ ବିଜୁ ଏକ୍ସପ୍ରେସ ୱେର ରାଜଗାଙ୍ଗପୁର ରାଣୀବନ୍ଧ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ବାଇକ୍ ଡିଭାଇଡରରେ ବାଡ଼େଇ ହେବାରୁ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ହେଲେ ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା କୁରମକେଲ ପଞ୍ଚାୟତ ହୁତୁପାନି ଗଁର ସୁମିତ କୁଲୁ (୨୨) । ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇଛି । ସୁମିତଙ୍କ ପରିବାର ଲୋକଙ୍କୁ ମଧ୍ୟ ଖବର ଦେଇଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ