Masthead

ଆସିପାରିଲାନି ଆମ୍ବୁଲାନ୍ସ, ମୋଟରସାଇକେଲରେ ବୁହା ହେଲା ଶବ

 ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଶିଳ୍ପ ବହୁଳ ଅନୁଗୁଳ ଜିଲ୍ଲା । ଶିଳ୍ପ ଓ ଖଣି ଯୋଗୁଁ ସରକାରଙ୍କୁ କୋଟି କୋଟି ଟଙ୍କା ରାଜସ୍ୱ ଏହି ଜିଲ୍ଲାରୁ ଯାଉଛି । ଯେଉଁଥିରେ ଅନେକ ସୌନ୍ଦର୍ଯ୍ୟକରଣ କାମ ସହ ଖେଳ ଓ ଅନ୍ୟାନ୍ୟ କାର୍ଯ୍ୟରେ ଟଙ୍କା ଖର୍ଚ୍ଚ ହେଉଛି । ହେଲେ ଏଭଳି ଏକ ଜିଲ୍ଲାର ଲୋକ ଆମ୍ବୁଲାନ୍ସ କିମ୍ବା ସରକାରୀ ସୁବିଧାଟିଏ ନପାଇବାରୁ ମୃତଦେହକୁ ମୋଟରସାଇକେଲରେ ଆଣିବାକୁ ପଡିଛି । ତା ପୁଣି ୧୦ କିମି ଅତିକ୍ରମ କରି ମୋଟରସାଇକେଲ ମଝିରେ ବସାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ବଲାସିଂହା ଗାଁରେ ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ହୋଇଛି ।

ବଜ୍ରପାତ ଯୋଗୁଁ ଅଚେତ ହୋଇ ପଡି ରହିଥିବା ବେଳେ ସ୍ଥାନୀୟ ଲୋକ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବା ପାଇଁ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ । ଅପରାହ୍ନ ୩ ଟା ବେଳୁ ଯୋଗାଯୋଗ କରିଥିଲେ ମଧ୍ୟ ବର୍ତ୍ତମାନ ଗାଡି ନାହିଁ କହି କଲ ସେଣ୍ଟର ପକ୍ଷରୁ ଅପେକ୍ଷା କରିବାକୁ କୁହା ଯାଇଥିଲା । ତେବେ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଆମ୍ବୁଲାନ୍ସ ନ ପହଞ୍ଚିବାରୁ ଲୋକ ବାଧ୍ୟ ହୋଇ ମୋଟରସାଇକେଲରେ ଆଣିବାକୁ ଚିନ୍ତା କରିଥିଲେ । ସେତେବେଳକୁ ତାଙ୍କର ମୃତ୍ୟୁ ହୋଇ ସାରିଥିଲା । ତେବେ ଅନୁଗୁଳ ଭଳି ଜିଲ୍ଲାରେ ଆମ୍ବୁଲାନ୍ସ ନ ମିଳିବା ଯୋଗୁଁ ମୃତଦେହ ୧୦ କିଲୋମିଟର ଧରି ମୋଟରସାଇକେଲରେ ଆଣିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା