Masthead

ଅନନ୍ତନାଗରେ ଏନକାଉଣ୍ଟର, ୩ ବରିଷ୍ଠ ଅଧିକାରୀ ସହିଦ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜମ୍ମୁକାଶ୍ମୀର ଅନନ୍ତନାଗରେ ଏନକାଉଣ୍ଟର । ୩ ବରିଷ୍ଠ ଅଧିକାରୀ ସହିଦ । ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଏଥିରେ ଭାରତୀୟ ସେନାର ଜଣେ କର୍ଣ୍ଣେଲ, ଜଣେ ମେଜର ଓ ଜମ୍ମୁକାଶ୍ମୀର ପୋଲିସର ଜଣେ ଡିଏସପି ସହିଦ ହୋଇଛନ୍ତି । କିଛି ଯବାନ, ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଛନ୍ତି । ଏବେ ବି ଘଟଣା ସ୍ଥଳରେ ଗୁଳି ବିନିମୟ ଜାରି ରହିଛି । ଅନନ୍ତନାଗର କୋକେରନାଗ ଅଞ୍ଚଳରେ କିଛି ଆତଙ୍କୀ ଲୁଚି ଥିବା ବେଳେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ସେନା ଓ ପୋଲିସ୍‌ ପକ୍ଷରୁ ମିଳିତ ଭାବେ ଅପରେସନ କରାଯାଇଥିଲା ।

ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥିରେ ଆର୍ମିର ରାଜସ୍ଥାନ ରାଇଫଲ୍ସ ୟୁନିଟର କମାଣ୍ଡିଂ ଅଫିସର ମନପ୍ରୀତ ସିଂହ, କମ୍ପାନୀ କମାଣ୍ଡର ଆଶିଷ ଧୋନଚାକ ଓ ଜମ୍ମୁ-କଶ୍ମୀର ପୁଲିସ୍‌ର ଡିଏସ୍‌ପି ହ୍ୟୁମାନ୍ୟୁ ସହିଦ ହୋଇଛନ୍ତି । ଏବେ ବି ସର୍ଚ୍ଚ ଅପରେସନ ସହ ଗୁଳି ବିନିମୟ ଜାରି ରହିଛି । ଘଟଣା ସ୍ଥଳକୁ ଅଧିକ ସଂଖ୍ୟକ ସୁରକ୍ଷାକର୍ମୀଙ୍କୁ ପଠାଯାଇଛି । ଲେଫ୍ଟନାଣ୍ଟ ଜେନେରାଲ ରାଜୀବ ଘାଇ, ଆର୍ମିର ୧୫ କ୍ରପ୍ସ କମାଣ୍ଡର ଓ ଜମ୍ମୁ-କଶ୍ମୀର ପୋଲିସ୍‌ର ଡିଜି ଦିଲବାଗ ସିଂହଙ୍କ ବହୁ ବରିଷ୍ଠ ଅଧିକାରୀ ଏନକାଉଣ୍ଟର ସ୍ଥଳକୁ ଯାଇଛନ୍ତି । ସେପଟେ ରଜୌରୀରେ ଯବାନଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ