Masthead

ମାଛଧରା ସାଜିଲା କାଳ,ମାଛ ଧରିବାକୁ ଯାଇ ଭାସିଗଲେ ୩ ଯୁବକ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ):ପ୍ରବଳ ବର୍ଷା ଫଳରେ ଭାସିଗଲେ ୩ କେଉଟ । ମାଛଧରିବାକୁ ଯାଇଥିବା ବେଳେ ଘଟିଛି ଏହି ଅଘଟଣ । ଘଟଣା ପରେ ଜଣଙ୍କର ମୃତୁ୍ୟ ହୋଇଥିବା ବେଳେ ଆଉ ଜଣେ ନିଖୋଜ ଅଛନ୍ତି । ସୌଭାଗ୍ୟବଶତଃ ଆଉ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା ଭରସୁଜା ଗାଁରେ । ସୂଚନା ଅନୁସାରେ ପିପିଲିପାଲି ଗାଁ ପୋଢ଼ ପରିବାରର ତିନି ଜଣ ଭରସୁଜା କୁଲ୍ହାରୀ ନାଳକୁ ମାଛ ଧରିବାକୁ ଯାଇଥିଲେ । ହେଲେ ପ୍ରବଳ ବର୍ଷା ଯୋଗୁଁ ନାଳରେ ହଠାତ ଅଧିକ ପାଣି ଆସି ତିନି ଜଣଙ୍କୁ ଭସାଇ ନେଇଥିଲା ।

ଖବର ପାଇ ଆଗଲପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଂଚି ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲା । କିନ୍ତୁ ଗୁଲେକ ପୋଢ଼ଙ୍କର ପାଣି ଭିତରେ ମୃତ୍ୟୁ ହୋଇ ସାରିଥିଲା । ଅଗ୍ନିଶମ ବାହିନୀ ତାଙ୍କ ଶବ ଉଦ୍ଧାର କରି ପୋଲିସକୁ ହସ୍ତାନ୍ତର କରିଛି । ତେବେ ପ୍ରମୋଦ ପୋଢ଼ ନାମକ ଆଉ ଜଣେ ବ୍ୟକ୍ତି ପାଣିରେ ଭାସିଯାଇ ଏବେବି ନିଖୋଜ ଅଛନ୍ତି । ନିଖୋଜ ପ୍ରମୋଦଙ୍କୁ ଖୋଜିବା ପାଇଁ ଅଗ୍ନିଶମ ବାହିନୀ ଉଦ୍ୟମ ଜାରି ରଖିଛି ।

ଖବର ପାଇ ଆଗଲପୁର ତହସିଲଦାର, ଆଗଲପୁର ଥାନା ଅଧିକାରୀ, ବିଜେଡି ଯୁବ ନେତା ନିହାର ରଞ୍ଜନ ବେହେରା ଓ ସ୍ଥାନୀୟ ଯୁବକମାନେ ସେଠାରେ ଉପସ୍ଥିତ ଥିଲେ । ଆଗକୁ ନୂଆଖାଇ ଆସୁଥିବା ବେଳେ ଏହି ଦୁଃଖଦ ଘଟଣା ପିପିଲିପାଲିରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ