Masthead

ସେବାୟତଙ୍କୁ ନେଇ ବିବାଦ, ଶ୍ରୀମନ୍ଦିରରେ ମଙ୍ଗଳ ଆଳତୀ ପରେ ବନ୍ଦ ରହିଛି ନୀତିକାନ୍ତି

ପୁରୀ(ବଡ଼ ଖବର ବ୍ୟୁରୋ): ସେବାୟତଙ୍କୁ ନେଇ ବିବାଦ, ବଢୁନି ନୀତିକାନ୍ତି । ଶ୍ରୀମନ୍ଦିରରେ ମଙ୍ଗଳ ଆଳତୀ ପରେ ବନ୍ଦ ରହିଛି ନୀତିକାନ୍ତି । ସେବା ନିବୃତ ଜଣେ ସିଂହାରୀ ସେବାୟତଙ୍କୁ ନେଇ ବିବାଦ ଦେଖାଦେଇଛି । ସେବା ନିବୃତ ସତ୍ତ୍ୱେ ଶ୍ରୀମନ୍ଦିରରେ ସେବା କାର୍ଯ୍ୟରେ ନିୟୋଜିତ ହେବାକୁ ନେଇ ବିରୋଧ କରାଯାଇଛି । ଅନ୍ୟ ସେବାୟତମାନେ ସେବାରୁ ନିବୃତ ଥିବା ସେବାୟତଙ୍କୁ ବିରୋଧ କରୁଥିବାରୁ ଆଗକୁ ବଢିପାରୁନି ନୀତିକାନ୍ତି । ମଙ୍ଗଳଆଳତୀ ପରେ ବନ୍ଦ ରହିଛି ନୀତିକାନ୍ତି । ବିବାଦ ତୁଟାଇବାକୁ ଶ୍ରୀମନ୍ଦିରରେ ନୀତି ପ୍ରଶାସକ ଉପସ୍ଥିତ ରହିଛନ୍ତି । ବିଭିନ୍ନ ନିଯୋଗଙ୍କ ସହ ଆଲୋଚନା କରୁଛନ୍ତି ନୀତି ପ୍ରଶାସକ ।

ଆଜି ସପ୍ତପୁରୀ ଅମାବାସ୍ୟା। ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ । ଆଜିର ଏହି ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଠାରେ ସପ୍ତପୁରୀ ଭୋଗ ଲାଗି କରାଯିବ। ଅବକାଶ ନୀତି ବଢିବା ପରେ ଠାକୁରଙ୍କୁ ବେଶ କରାଯିବ। ପରେ ଗମ୍ଭିରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ରୋଷ ଘରୁ ଆସି ପୂଜାପଣ୍ଡା ସାମନ୍ତଙ୍କ ଦ୍ୱାରା ଷୋଡଶ ଉପଚାରରେ ପୂଜା କରାଯିବ। ଗତକାଲି ଅଠର ନଳା ନିକଟରେ ଅବସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଚତୁର୍ପାଶ୍ୱ ପରିକ୍ରମା ପରେ ତାଡ ଗୁଡିକୁ ରୋଷ ବେହେରଣରେ ରଖାଯାଇଥିଲା । ଗତକାଲି ସଂଧ୍ୟା ଧୂପ ସରିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଏକ ପଟୁଆରରେ ଶ୍ରୀମନ୍ଦିର ବାହାରେ ଥିବା ଦକ୍ଷିଣକାଳୀଙ୍କ ମନ୍ଦିରକୁ ଯାଇଥିଲେ। ବିଶ୍ୱାସ ରହିଛି ଆଜିର ସପ୍ତପୁରୀ ଭୋଗ ନିଜେ ମା ଦକ୍ଷିଣକାଳୀ ପ୍ରସ୍ତୁତ କରିଥାନ୍ତି। ଏଥିସହ ଆଜି ମଧ୍ୟ ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କର ବିଶେଷ ପୂଜାନୀତି ସହ ସଂଧ୍ୟାଧୂପ ପରେ ବସ୍ତ୍ରହରଣ ପ୍ରସ୍ତାବ ସହ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା