Masthead

ସେବାୟତଙ୍କୁ ନେଇ ବିବାଦ, ଶ୍ରୀମନ୍ଦିରରେ ମଙ୍ଗଳ ଆଳତୀ ପରେ ବନ୍ଦ ରହିଛି ନୀତିକାନ୍ତି

ପୁରୀ(ବଡ଼ ଖବର ବ୍ୟୁରୋ): ସେବାୟତଙ୍କୁ ନେଇ ବିବାଦ, ବଢୁନି ନୀତିକାନ୍ତି । ଶ୍ରୀମନ୍ଦିରରେ ମଙ୍ଗଳ ଆଳତୀ ପରେ ବନ୍ଦ ରହିଛି ନୀତିକାନ୍ତି । ସେବା ନିବୃତ ଜଣେ ସିଂହାରୀ ସେବାୟତଙ୍କୁ ନେଇ ବିବାଦ ଦେଖାଦେଇଛି । ସେବା ନିବୃତ ସତ୍ତ୍ୱେ ଶ୍ରୀମନ୍ଦିରରେ ସେବା କାର୍ଯ୍ୟରେ ନିୟୋଜିତ ହେବାକୁ ନେଇ ବିରୋଧ କରାଯାଇଛି । ଅନ୍ୟ ସେବାୟତମାନେ ସେବାରୁ ନିବୃତ ଥିବା ସେବାୟତଙ୍କୁ ବିରୋଧ କରୁଥିବାରୁ ଆଗକୁ ବଢିପାରୁନି ନୀତିକାନ୍ତି । ମଙ୍ଗଳଆଳତୀ ପରେ ବନ୍ଦ ରହିଛି ନୀତିକାନ୍ତି । ବିବାଦ ତୁଟାଇବାକୁ ଶ୍ରୀମନ୍ଦିରରେ ନୀତି ପ୍ରଶାସକ ଉପସ୍ଥିତ ରହିଛନ୍ତି । ବିଭିନ୍ନ ନିଯୋଗଙ୍କ ସହ ଆଲୋଚନା କରୁଛନ୍ତି ନୀତି ପ୍ରଶାସକ ।

ଆଜି ସପ୍ତପୁରୀ ଅମାବାସ୍ୟା। ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ । ଆଜିର ଏହି ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଠାରେ ସପ୍ତପୁରୀ ଭୋଗ ଲାଗି କରାଯିବ। ଅବକାଶ ନୀତି ବଢିବା ପରେ ଠାକୁରଙ୍କୁ ବେଶ କରାଯିବ। ପରେ ଗମ୍ଭିରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ରୋଷ ଘରୁ ଆସି ପୂଜାପଣ୍ଡା ସାମନ୍ତଙ୍କ ଦ୍ୱାରା ଷୋଡଶ ଉପଚାରରେ ପୂଜା କରାଯିବ। ଗତକାଲି ଅଠର ନଳା ନିକଟରେ ଅବସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଚତୁର୍ପାଶ୍ୱ ପରିକ୍ରମା ପରେ ତାଡ ଗୁଡିକୁ ରୋଷ ବେହେରଣରେ ରଖାଯାଇଥିଲା । ଗତକାଲି ସଂଧ୍ୟା ଧୂପ ସରିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଏକ ପଟୁଆରରେ ଶ୍ରୀମନ୍ଦିର ବାହାରେ ଥିବା ଦକ୍ଷିଣକାଳୀଙ୍କ ମନ୍ଦିରକୁ ଯାଇଥିଲେ। ବିଶ୍ୱାସ ରହିଛି ଆଜିର ସପ୍ତପୁରୀ ଭୋଗ ନିଜେ ମା ଦକ୍ଷିଣକାଳୀ ପ୍ରସ୍ତୁତ କରିଥାନ୍ତି। ଏଥିସହ ଆଜି ମଧ୍ୟ ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କର ବିଶେଷ ପୂଜାନୀତି ସହ ସଂଧ୍ୟାଧୂପ ପରେ ବସ୍ତ୍ରହରଣ ପ୍ରସ୍ତାବ ସହ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!