Masthead

ବଢ଼ୁଛି ବୈଜୟନ୍ତଙ୍କ ବିବାଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ଟ୍ୱିଟକୁ ନେଇ ଦୁଇଦିନ ହେବ ଲାଗି ରହିଛି ବିବାଦ । ଶାସକ ଦଳର ନେତାମାନେ ବୈଜୟନ୍ତଙ୍କ ଟ୍ୱିଟର କଡ଼ା ଜବାବ ଦେଇଥିବା ବେଳେ ଏବେ ଜନସାଧାରଣଙ୍କ ମଧ୍ୟରେ ପ୍ରତିକ୍ରିୟା ଦେଖିବାକୁ ମିଳିଛି । ଏନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଓଡ଼ିଶା ଷ୍ଟୁଡେଣ୍ଟ ଆଣ୍ଡ ୟୁଥ୍ ଫୋରମ ପକ୍ଷରୁ ବୈଜୟନ୍ତଙ୍କ ବିପକ୍ଷରେ ବିକ୍ଷୋଭ କରାଯାଇଛି । ସୋମବାର ମାଷ୍ଟର କ୍ୟାଷ୍ଟିନ ନିକଟରେ ବୈଜୟନ୍ତଙ୍କ କୁଶପୁତ୍ତଳିକା ଦାହ କରାଯାଇଛି । ବୈଜୟନ୍ତ ଓଡ଼ିଶାକୁ ଦେଶର ଚିରଶତ୍ରୃ ପାକିସ୍ତାନ ସହ ତୁଳନା କରିଥିବାରୁ ଫୋରମ ପକ୍ଷରୁ ଘୋର ନିନ୍ଦା କରାଯାଇଛି । ଜୟ ପଣ୍ଡା ଓଡ଼ିଶାବାସୀଙ୍କୁ କ୍ଷମା ମାଗନ୍ତୁ ବୋଲି ମଧ୍ୟ ଫୋରମ ପକ୍ଷରୁ ଦାବି କରାଯାଇଛି ।

ସେପଟେ ସମ୍ବଲପୁର ସହରରେ ମଧ୍ୟ ବୈଜୟନ୍ତ ପଣ୍ଡାଙ୍କ ବିବାଦୀୟ ଟ୍ୱିଟକୁ ନେଇ ଅସନ୍ତୋଷ ଦେଖାଦେଇଛି । ସ୍ୱାଭିମାନ ଓଡ଼ିଶା ସମ୍ବଲପୁର ଶାଖା ପକ୍ଷରୁ ବୈଜୟନ୍ତ ପଣ୍ଡାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି ।

ଗୋଲବଜାର ଛକଠାରେ ସ୍ୱାଭିମାନ ଓଡ଼ିଶା ସମ୍ବଲପୁର ଶାଖାର ସଭ୍ୟମାନେ ବିକ୍ଷୋଭ କରିବା ସହ କୁଶପୁତ୍ତଳିକା ଦାହ କରିଛନ୍ତି । ବୈଜୟନ୍ତ କ୍ଷମା ନମାଗିବା ପର୍ଯ୍ୟନ୍ତ ଏଭଳି ବିକ୍ଷୋଭ ଚାଲୁ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ