Masthead

ଚିନ୍ତାରେ ସୁନ୍ଦରଗଡ଼; ଆତଙ୍କ ଖେଳାଉଛି ସ୍କ୍ରବ ଟାଇଫସ୍, ପୁଣି ୩ ଆକ୍ରାନ୍ତ

ସୁନ୍ଦରଗଡ଼(ବଡ଼ ଖବର ବ୍ୟୁରୋ):ଟେନସନ ଦେଉଛି ସ୍କ୍ରବ ଟାଇଫସ୍ । ସୁନ୍ଦରଗଡ଼ରେ ଆଉ ୩ ଆକ୍ରାନ୍ତ ଚିହ୍ନଟ । ଗତକାଲି ପରୀକ୍ଷା ପାଇଁ ପଠାଯାଇଥିବା ନମୁନା ମଧ୍ୟରୁ ୩ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି । ଏହି ୩ ଜଣଙ୍କୁ ମିଶାଇ କେବଳ ସୁନ୍ଦରଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୩ରେ ପହଂଚିଛି । ସେହିପରି ଶନିବାର ହୋଇଥିବା ନମୁନା ପରୀକ୍ଷାରେ ୧୧ ଜଣ ପପଜିଟିଭ୍ ଚିହ୍ନଟ ହୋଇଥିଲେ । ଏହାରି ଭିତରେ ଜଣେ ରୋଗୀଙ୍କ ଜୀବନ ନେଇଛି ଏହି ସ୍କ୍ରବ୍ ଟାଇଫସ୍ । ଜିଲ୍ଲା ମୁଖ୍ୟ ଚକିତ୍ସା ଅଧିକାରୀ କହିଛନ୍ତି ହସ୍ପିଟାଲରେ ପର୍ୟ୍ୟାପ୍ତ ଔଷଧ ମହଜୁଦ ରଖାଯାଇଛି ।

ଏହା ସହ ସ୍ୱତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିଛନ୍ତି । ସାଧାରଣତଃ ଜୁଲାଇରୁ ନଭେମ୍ବର ମାସରେ ସ୍କ୍ରବ୍ ଟାଇଫ୍‌ସ ସଂକ୍ରମଣ ଦେଖିବାକୁ ମିଳିଥାଏ । ଚିଗର୍ସ ନାମକ ଏକ ପୋକ କାମୁଡ଼ିବା ଦ୍ୱାରା ଲୋକଙ୍କ ଶରୀରରେ ସଂକ୍ରମଣ ଆରମ୍ଭ ହୋଇଥାଏ। ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସର୍ବସାଧାରଣ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଛି ।

ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକେ ଏହି କୀଟ ଦଂଶନର ଶିକାର ହେଉଛନ୍ତି । ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ଶରୀରରେ ତୀବ୍ର ଜ୍ବର ସାଙ୍ଗକୁ ମୁଣ୍ଡ ବୁଲାଇବା, ମାଂସପେଶୀ ଦରଜ ହୋଇଥାଏ । କୀଟ କାମୁଡ଼ିଥିବା ସ୍ଥାନର ଚର୍ମ କୁଣ୍ଡେଇ ହେବା ସହ କିଛି ସମୟ ପ‌ରେ କଳା ପଡ଼ିଯାଏ । ପରେ ପରେ ରୋଗୀ ଜ୍ୱରରେ ପଡ଼େ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼