Masthead

ରାସ୍ତା ପାଲଟିଛି ମରଣଯନ୍ତା

ବୀରମହାରାଜପୁର, (ବଡ଼ ଖବର ବ୍ୟୁରୋ): ସ୍ୱାଧୀନତାର ଦୀର୍ଘ ବର୍ଷପରେ ମଧ୍ୟ ଆଜି ବି ଗାଁକୁ ପକ୍କାରାସ୍ତା ନାହିଁ । ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ଗାଁର ଏ ହେଉଛି ମୁଖ୍ୟ ସମସ୍ୟା । ଖଣ୍ଡହତାରୁ ସୁବଳୟାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା ପାଲଟିଛି ମରଣଯନ୍ତା । ଏହି ରାସ୍ତାରେ ବାରମ୍ବାର ଘଟୁଛି ଦୁର୍ଘଟଣା । ତଥାପି କାହାର ନଜର ପଡ଼ୁନାହିଁ ।

ଏହି ରାସ୍ତାରେ ଦୈନିକ ଶହ ଶହ ଲୋକ ଯିବାଆସିବା କରିଥାନ୍ତି। ରେଢ଼ାଖୋଲ, ବୌଦ୍ଧ, ସୋନପୁରକୁ ସଂଯୋଗ କରୁଛି ଏହି ରାସ୍ତା । ଅସରାଏ ବର୍ଷା ହେଲେ ରାସ୍ତାର ଅବସ୍ଥା ବେହାଲ ହୋଇପଡ଼ୁଛି । ପ୍ରତିଦିନ ଘଟୁଛି ଦୁର୍ଘଟଣା । ରବିବାର ମଧ୍ୟ ଏକ ବାଇକ ଦୁର୍ଘଟଣା ଘଟିଛି । ସାଧାରଣ ନିର୍ବାଚନ ସମୟରେ ନିର୍ମାଣ ହୋଇଥିବା ରାସ୍ତାଟି ମାତ୍ର ଦିନ କେଇଟାରେ ବେହାଲ ହୋଇଗଲାଣି । ବିଭାଗୀୟ ଯନ୍ତ୍ରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁଁ ଏହି ରାସ୍ତା ଖୁବ୍ କମ ଦିନରେ ଖରାପ ହୋଇଯାଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ଅତି ନିମ୍ନମାନର କାମ ହୋଇଥିବା ଅଭିଯୋଗ ହେଉଛି । ଏହି ରାସ୍ତା ତୁରନ୍ତ ମାରାମତି ପାଇଁ ସାଧାରଣରେ ଦାବି ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ