‘ସ୍କ୍ରବ ଟାଇଫସ’ରେ ଆଉ ୧୦ ଜଣ ପଜିଟିଭ ଚିହ୍ନଟ

ସୁନ୍ଦରଗଡ଼(ବଡ଼ ଖବର ବ୍ୟୁରୋ):ସାରା ରାଜ୍ୟରେ ବର୍ତ୍ତମାନ ସ୍କ୍ରବ ଟାଇଫସ କୁ ନେଇ ଆତଙ୍କ ବ୍ୟାପିବାରେ ଲାଗିଛି । ବିଶେଷ କରି ସୁନ୍ଦରଗଡ଼ ଜିଲ୍ଲା ଏହି ଭାଇରସର ହବ ପାଲଟିଛି । ପ୍ରତିଦିନ ଅଧିକ ସଂଖ୍ୟାରେ ପଜିଟିଭ ଚିନ୍ତର ଏବେ ସ୍ୱାସ୍ଥ୍ୟ ବିଭାଗର ଚିନ୍ତା ବଢାଇଛି । ସୁନ୍ଦରଗଡ଼ରୁ ପୁଣି ଏହି ଭାଇରସରେ ୧୦ ଜଣ ନୁଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି ।

ସମଗ୍ର ଜିଲ୍ଲାରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୧୯୩ରେ ପହଞ୍ଚି ସାରିଲାଣି । ବଢୁଥିବା ଏହି ସଂକ୍ରମଣ କୁ ନେଇ ସମସ୍ତେ ଭୟଭିତ ଅଛନ୍ତି । ତେବେ ସୁନ୍ଦରଗଡ ଓ ବରଗଡ଼ରେ ଏହି ରୋଗ ର ଆକ୍ରାନ୍ତଙ୍କ ସଖ୍ୟା ବେଶି ବୃଦ୍ଦି ପାଉଛି । ରବିବାର ଦିନ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ ସୋମବାର ଦିନ ୩ ଏବଂ ଆଜି ନୂଆ ୧୦ ଜଣ ଆକ୍ରାନ୍ତ ହୋଇଛନ୍ତି । ଏହି ରୋଗର ନିରାକରଣ ପାଇଁ ସୁନ୍ଦରଗଡ ଓ ବରଗଡ଼ ଜିଲ୍ଲାକୁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ଟିମ ପଠାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ