Masthead

‘ନାରୀ ଶକ୍ତି ବନ୍ଦନ ବିଧେୟକ’ ଉପରେ ହେବ ଆଲୋଚନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଲୋକସଭାରେ ହେବ ମହିଳା ସଂରକ୍ଷଣ ବିଲ ଉପରେ ବିତର୍କ । ଗତକାଲି ଆଇନ ମନ୍ତ୍ରୀ ଗୃହରେ ବିଲ୍କୁ କରିଥିଲେ ଆଗତ । ଆଜି ବିଲ୍ କୁ ନେଇ ହେବ ଆଲୋଚନା । ସମସ୍ତ ରାଜନେୟତିକ ଦଳର ସଦସ୍ୟ କରିବେ ମତ ପ୍ରକାଶ । । ଏହି ବିଲକୁ ନାରୀଶକ୍ତି ବନ୍ଦନ ଅଧିନିୟମ ଭାବେ ନାମିତ କରାଯାଇଛି । ଆଇନ୍ କାର୍ୟ୍ୟକାରୀ ହେଲେ ଲୋକସଭାରେ ୧୮୧ ଜଣ ରହିବେ ମହିଳା ସାଂସଦ । ବିଲରେ ଲୋକସଭା ଓ ବିଧାନସଭାରେ ୩୩ ପ୍ରତିଶତ ଆସନ ମହିଳାଙ୍କ ପାଇଁ ସଂରକ୍ଷଣ ହୋଇ ରହିବ । ଏହି ସଂରକ୍ଷଣ ୧୫ ବର୍ଷ ପାଇଁ ମହିଳାଙ୍କ ପାଇଁ ରହିବ ।

ପୁଣି ସଂରକ୍ଷଣ ପାଇଁ ଆଉ ଥରେ ନୂଆ କରି ବିଲ୍ ଆଣିବାକୁ ପଡ଼ିବ । ତେବେ ରାଜ୍ୟ ସଭା ଓ ଯେଉଁ ରାଜ୍ୟରେ ବିଧାନପରିଷଦ ରହିଛି, ସେଠାରେ ଏହି ସଂରକ୍ଷଣ ଲାଗୁ ହେବ ନାହିଁ । ନୂଆ ବିଧେୟକରେ ଗୋଟିଏ ବଡ଼ କଣ୍ଟା ରହିଛି । ଲୋକସଭାରେ ପରିସିମନ ପରେ ହିଁ ଏହି ବ୍ୟବସ୍ଥା ଲାଗୁ ହୋଇପାରିବ । ତେବେ ଜନଗଣନା ନହେଲା ପର୍ୟ୍ୟନ୍ତ ଲୋକସଭାରେ ପରିସିମନ ହୋଇପାରିବ ନାହିଁ । ଅର୍ଥାତ ଜନଗଣନା ପରେ ସଂସଦୀୟ କ୍ଷେତ୍ର ପୁନଃନିର୍ଧାରିତ ହେବ । ତାପରେ ହିଁ ଏହି ଆଇନ୍ କାର୍ୟ୍ୟକାରୀ ହେବ । ୨୦୨୧ରେ ଜନଗଣନା ହେବାର ଥିଲେ ମଧ୍ୟ ହୋଇପାରିନଥିଲା । ତେଣୁ ୨୦୨୬ ପର୍ୟ୍ୟନ୍ତ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହୋଇପାରିବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ