Masthead

ପ୍ରମିଳା ହେବେ ବାଚସ୍ପତି!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୨ରେ ବାଚସ୍ପତି ନିର୍ବାଚନ । ଆଜି ବିଧାୟିକା ପ୍ରମିଳା ମଲ୍ଲିକ ବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବେ । ବିଞ୍ଛାରପୁର ବିଧାୟିକା ତଥା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଛି । ଏଥିସହ ରାଜ୍ୟରେ ପ୍ରଥମ ଥର ପାଇଁ ଜଣେ ମହିଳା ବିଧାନସଭା ବାଚସ୍ପତି ହେବେ । ଯେହେତୁ ଆଉ କୌଣସି ଦଳ ପ୍ରାର୍ଥୀ ଦେଉନାହାନ୍ତି, ତେଣୁ ସେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି ।

ପ୍ରମିଳା ମଲ୍ଲିକ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେବେ । ଆସନ୍ତାକାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ । ତାଙ୍କରି ଅଧ୍ୟକ୍ଷତାରେ ବିଧାନସଭାର ମୈାସୁମୀ ଅଧିବେଶନ ଅନୁଷ୍ଠିତ ହେବ । ଚଳିତ ବିଧାନସଭାରେ ତୃତୀୟ ବାଚସ୍ପତି ଭାବେ ପ୍ରମିଳା ମଲ୍ଲିକ ଦାୟିତ୍ୱ ଗ୍ରହଣ କରିବେ । ୨୦୧୪ ସାଧାରଣ ନିର୍ବାଚନ ପରେ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବାଚସ୍ପତି କରାଯାଇଥିଲା । ୨୦୨୨ ଜୁନ୍ ମାସରେ ସୂର୍ଯ୍ୟ ପାତ୍ର ଇସ୍ତଫା ଦେଲା ପରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ଗତ ମେ’ ମାସରେ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେଇ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିଲେ । ସେବେ ଠାରୁ ବାଚସ୍ପତି ପଦବୀ ଖାଲି ପଡ଼ିଥିଲା ।

୧୯୯୦, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ ବିଞ୍ଝାରପୁର ଆସନରୁ ବିଧାୟିକା ହୋଇଛନ୍ତି ପ୍ରମିଳା ମଲ୍ଲିକ । ୧୯୯୦ରେ ପ୍ରଥମେ ଜନତା ଦଳରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ ପ୍ରମିଳା । ୨୦୦୦ ମସିହାରୁ କ୍ରମାଗତ ଭାବେ ସେ ବିଜେଡିରୁ ବିଧାୟିକା ଭାବେ ଜିତିଛନ୍ତି । ୨୦୧୯ରୁ ୨୦୨୨ ପର୍ଯ୍ୟନ୍ତ ସେ ସରକାରୀ ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ତୁଲାଇଛନ୍ତି । ୨୦୨୨ରେ ତାଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଦାୟିତ୍ୱ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର