Masthead

୬୫ ବର୍ଷରେ ମିଳୁନି ଭତ୍ତା

ବୈପାରିଗୁଡା, (ବଡ଼ ଖବର ବ୍ୟୁରୋ): ଅସହାୟଙ୍କୁ ସହାୟତା ପାଇଁ ସରକାର ଯୋଜନା ପରେ ଯୋଜନା କରିଚାଲିଛନ୍ତି । କିନ୍ତୁ ପ୍ରକୃତରେ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚି ପାରୁନାହିଁ ଯୋଜନାର ସୁଫଳ । ଏଭଳି ଏକ ସଙ୍ଗୀନ ଅଭିଯୋଗ ଆସିଛି କୋରାପୁଟ ଜିଲ୍ଲା ବୈପାରିଗୁଡା ବ୍ଲକ ଅନ୍ତର୍ଗତ ମାଠପଡ଼ା ପଞ୍ଚାୟତର ଜପଗୁଡ଼ା ଗ୍ରାମରୁ । ଉକ୍ତ ଗ୍ରାମର ଘାସି ମାଠପଡ଼ିଆଙ୍କୁ ୬୫ ବର୍ଷ ବୟସ ହେଲାଣି, ମାତ୍ର ଆଜି ପର୍ୟ୍ୟନ୍ତ ସେ ବାର୍ଦ୍ଧକ୍ୟ ଭତ୍ତା ପାଇ ନାହାନ୍ତି । ପଞ୍ଚାୟତରୁ ଆରମ୍ଭ କରି ବିଡିଓଙ୍କ ପର୍ଯ୍ୟନ୍ତ ଅନେକ ଥର ଆବେଦନ କରିଥିଲେ ମଧ୍ୟ ସୁଫଳ ପାଇପାରୁନାହାନ୍ତି । ସବୁଆଡୁ ନିରାଶ ହେବା ପରେ ଭାଗ୍ୟକୁ ଆଦରି ଘରେ ପଡ଼ି ରହିଛନ୍ତି ଘାସି । ସରକାର କେବେ ଘାସିଙ୍କ ଦୁଃଖ ଶୁଣୁଛନ୍ତି ତାହାକୁ ‘ବଡ଼ ଖବର’ ଅପେକ୍ଷା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ