Masthead

ରାଜ୍ୟରେ ଲାଗି ରହିଛି ବର୍ଷା, ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା । ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ୭ଟି ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର‌୍ୟ୍ୟନ୍ତ ବର୍ଷା ହୋଇପାରେ।

ସେହିପରି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି ହୋଇଛି । ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଆସନ୍ତାକାଲି ବର୍ଷାର ପରିମାଣ ସାମାନ୍ୟ କମିବ। ଅଧିକାଂଶ ସ୍ଥାନରେ ସାମାନ୍ୟ ବର୍ଷାର ସମ୍ଭାବନା ଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା