Masthead

ପାରାଦ୍ୱୀପରେ ଆରମ୍ଭ ହେଲା ‘ସାଗର କବଚ-୨’

ପାରାଦ୍ୱୀପ(ବଡ଼ ଖବର ବ୍ୟୁରୋ): ପାରାଦ୍ୱୀପରେ ଆରମ୍ଭ ହେଇଛି ଦୁଇଦିନିଆ ମିଳିତ ସମରାଭ୍ୟାସ ‘ସାଗର କବଚ-୨’ । ଓଡ଼ିଶା ଓ ଓ୍ବେଷ୍ଟବେଙ୍ଗଲ , ଦୁଇଟି ରାଜ୍ୟର ବିଭିନ୍ନ ବିଭାଗ ସାମିଲ ହୋଇଛନ୍ତି ଏହି ମିଳିତ ସମରାଭ୍ୟାସରେ । ୨୬/୧୧ ମୁମ୍ବାଇ ଆକ୍ରମଣ ଘଟଣା ପରେ, ଜଳ ପଥରେ ଆତଙ୍କି ଆକ୍ରମଣକୁ ପ୍ରତିହତ କରିବା ପାଇଁ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରିବା ପାଇଁ ପ୍ରତ୍ୟେକ ବର୍ଷ ଦୁଇଥର ଏହି ସମରାଭ୍ୟାସ କରାଯାଉଛି।

 

ଏଥିରେ ଗଭୀର ସମୁଦ୍ରରେ ଇଣ୍ଡିଆନ୍ ନ୍ୟାଭି , ସମୁଦ୍ର କୂଳଠାରୁ ୧୦୦ ନଟିକାଲ ଭିତରେ କୋଷ୍ଟଗାର୍ଡ , ମେରାଇନ ପୋଲିସ ଓ ମତ୍ସ୍ୟ ବିଭାଗ ପଇଁତରା ମାରୁଥିବା ବେଳେ ସମୁଦ୍ର କୂଳ ସ୍ଥଳଭାଗରେ ସିଆଇଏସଏଫ , ପାରାଦ୍ଵୀପ ବନ୍ଦର, ଇଣ୍ଟେଲିଜେନ୍ସ , ଓଡ଼ିଶା ପୋଲିସ, ଇମିଗ୍ରେସନ, ବନବିଭାଗ ପ୍ରଭୃତି ୧୮ରୁ ଉର୍ଦ୍ଧ୍ୱ ବିଭାଗ ସାମିଲ ହୋଇଛନ୍ତି। ଉପକୂଳବର୍ତ୍ତୀ ୪୮୦ କିଲୋମିଟର ସମୁଦ୍ର ବେଳାଭୂମିରେ ଚାଲିଛି ଏହି ସମରାଭ୍ୟାସ। ଓଡ଼ିଶା ଓ ଓ୍ବେଷ୍ଟବେଙ୍ଗଲର ବିଭିନ୍ନ ବିଭାଗର ବିଭିନ୍ନ କର୍ମଚାରୀଙ୍କୁ ରେଡ୍ ଓ ବ୍ଲ୍ୟୁ ଦୁଇଟି ଟିମ୍ ରେ ଭାଗ କରାଯାଇଛି। ରେଡ୍ ଟିମ୍ ସମୁଦ୍ର ପଥରେ ଆସି ସ୍ଥଳଭାଗର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ଫେକ୍ ବମ୍ ରଖିବେ ଏବଂ ସେମାନଙ୍କୁ ଧରିବାକୁ ଚେଷ୍ଟା କରିବେ ବ୍ଲ୍ୟୁ ଟିମ୍। ଦୁଇଦିନ ଧରି ଚାଲିବ ଏହି ମିଳିତ ସମରାଭ୍ୟାସ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା